Murder
କାଳ ହେଲା ବାହାଘର ଭୋଜି । ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି । ଭଦ୍ରକରୁ ଏହି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ମୃତକ ଜଣକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜେଗଙ୍ଗାଧରପୁର ଗାଁର ବିଦ୍ୟାଧର ମାଝୀ ହୋଇଥିବା ଜଣାପଡିଛି ।
ବାହାଘର ଭୋଜି ଖାଇବା ସମୟରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି ।ଭଦ୍ରକ ସହରରେ ଥିବା କଲ୍ୟାଣ ମଣ୍ଡପକୁ ବାହାଘର ଭୋଜି ପାଇଁ ବିଦ୍ୟାଧର ମାଝୀ ଓ ଆଦିତ୍ୟ ରାଉତ ଆସିଥିବା ବେଳେ ଦୁଇ ଜଣଙ୍କ ମଧ୍ୟରେ କୌଣସି କାରଣରୁ ବଚସା ଆରମ୍ଭ ହୋଇଥିଲା। ଯାହାପରେ ବିଦ୍ୟାଧରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ହେଲେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି ।
ତେବେ ବିଦ୍ୟାଧରଙ୍କୁ ପିଟିପିଟି ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି । ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Murder_1656910707.jpg)