Advertisment

ମର୍ଣ୍ଣିଂୱାକ୍ ପାଇଁ ଯାଉଥିଲେ ଆଇନଜୀବୀ, ଚାପି ଦେଲା ଟ୍ରକ୍‌

ଆଇନଜୀବୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ମର୍ଣ୍ଣିଂୱାକ୍ କରିବାକୁ ଯାଉ ଥିବାବେଳେ ଜଣେ ବରିଷ୍ଠ ଆଇନଜୀବୀଙ୍କ ଉପରେ ଟ୍ରକ୍‌ ମାଡ଼ି ଯାଇଛି। ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୩ର ସର୍ଲାପାଲି ଛକ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ଆଇନଜୀବୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ମର୍ଣ୍ଣିଂୱାକ୍ କରିବାକୁ ଯାଉ ଥିବାବେଳେ ଜଣେ ବରିଷ୍ଠ ଆଇନଜୀବୀଙ୍କ ଟ୍ରକ୍‌ ମାଡ଼ି ଯାଇଛି। ମୃତକ ହେଲେ ସାକ୍ଷୀପଡ଼ା ଅଞ୍ଚଳର ଉମେଶ ଚନ୍ଦ୍ର ପ୍ରଧାନ। ସମ୍ବଲପୁର ଜିଲ୍ଲା ଏନ୍ଏଚ୍-୫୩ର ସର୍ଲାକାନି ଛକ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। 

Advertisment

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଓ ଓକିଲ ସଂଘର କର୍ମକର୍ତ୍ତା ଏବଂ ସଦସ୍ୟ ରାସ୍ତାରୋକ କରିଛନ୍ତି। ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ରାସ୍ତାରୋକ ଫଳରେ ଉଭୟ ପାର୍ଶ୍ୱରେ ଗାଡ଼ି ଗୁଡ଼ିକ ଅଟକି ରହିଥିବା ଜଣାପଡ଼ିଛି।

ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଗାଡ଼ି ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ରେ ଉତ୍ତ୍ୟକ୍ତ ଲୋକେ ନିଆଁ ଲଗାଇ ଦେଇଛନ୍ତି। ରାସ୍ତା ଉପରେ ଟ୍ରକ୍ ହୁତୁହୁତୁ ହୋଇ ଜଳୁଥିବା ଦେଖିବାକୁ ମିଳିଛି। ପୋଲିସ୍‌ ମୃତଦେହ  ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Advertisment

ଟ୍ରାଫିକ ବ୍ୟବସ୍ଥା ନଥିବାରୁ ଏପରି ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେଣୁ ଟ୍ରାଫିକ ବ୍ୟବସ୍ଥା କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।NHAI ଅଧିକାରୀ ଓ ଜିଲ୍ଲା ପ୍ରଶାସନ ଅଧିକାରୀ ଘଟଣାସ୍ଥଳକୁ ଆସି ଆଲୋଚ଼ନା ନ କରିବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଆନ୍ଦୋଳନକାରୀ କହିଛନ୍ତି।

Road Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ