Milk price increase by Rs 2 per litre by OMFED
ବଢ଼ିଲା ଓମଫେଡ୍ କ୍ଷୀର ଦର। ୫୦୦ ମିଲି ଲିଟର ଗ୍ରାମ ଅର୍ଥାତ୍ ହାଫ୍ ଲିଟର କ୍ଷୀର ପ୍ୟାକେଟ୍ ପିଛା ୨ ଟଙ୍କା ବୃଦ୍ଧି ପାଇଛି। ଏନେଇ ଓମଫେଡ୍ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି। ଦର ବଢ଼ିବା ପରେ ପ୍ରତି ହାଫ୍ ଲିଟର ଟୋନଡ କ୍ଷୀର ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି।
ପ୍ରିମିୟମ୍ ଓ ଗୋଲ୍ଡ କ୍ଷୀର ୨୪ ଟଙ୍କାରୁ ୨୬ ଟଙ୍କାକୁ ବୃଦ୍ଧି ହୋଇଛି। ଚା’ ସ୍ପେସିଆଲ୍ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛିା ଏସବୁ ଆସନ୍ତା ୧ ତାରିଖରୁ ଲାଗୁ ହେବ। କୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଯଥା ଗୋଖାଦ୍ୟ ଓ ଗୋଚାରାର ମୂଲ୍ୟ, ଔଷଧ ଏବଂ ଇନ୍ଧନ ମୂଲ୍ୟ ଏବଂ ପ୍ୟାକେଜିଂ ସାମଗ୍ରୀର ମୂଲ୍ୟ ଅହେତୁକ ବୃଦ୍ଧି ଯୋଗୁ ଓମଫେଡ୍ ଏହାର କ୍ଷୀର ଦର ବୃଦ୍ଧି କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1680145172.jpg)