• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଏପ୍ରିଲ ୪ ତାରିଖରୁ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ ସକାଳୁଆ ଚାଲିବ । ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର, ଛତ୍ରପୁର, କୋରାପୁଟ କୋର୍ଟ ଛାଡ଼ି ଅନ୍ୟ ସବୁ କୋର୍ଟ ସକାଳୁଆ ଖୋଲିବାକୁ ନିର୍ଦ୍ଦେଶ ରହିଛି । ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ କୋର୍ଟ କାର୍ଯ୍ୟ । ମଝିରେ କେବଳ ଦିନ ୧୦ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ରହିବ ବିରତି । ଏନେଇ ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି । 

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଗକୁ ଖରାରେ ସିଝିବ ସାରା ଓଡ଼ିଶା । ୧୮ ତାରିଖ ଯାଏଁ ରାଜ୍ୟରେ କିଛି ଜିଲ୍ଲାରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ୧୩ଟି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । 

ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ରେକର୍ଡ କରାଯାଇଥିଲା । ସେହିପରି ବୌଦ୍ଧ ଓ ଟିଟଲାଗଡ଼ରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା ।

ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା । ରାଜଧାନୀ ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା । ରାଜ୍ୟରେ କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରକୁ ଯାଇପାରେ । ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।