Advertisment

କରୋନା କାଳରେ ଲଢ଼ିଥିବା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟପାଳ

ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇପାରିଛି ବୋଲି ରାଜ୍ୟପାଳ କହିଛନ୍ତି।

ଅଦ୍ୟତନ ହୋଇଛି
Budget Session

Budget Session

Advertisment

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନ। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ଗଣେଣୀ ଲାଲ ନିଜ ଅଭିଭାଷଣ ରଖିଛନ୍ତି। ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ସଦସ୍ୟଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ରାଜ୍ୟପାଳ ସମବେଦନା ଜଣାଇଛନ୍ତି। କରୋନା କାଳରେ ଲଢ଼ିଥିବା ଯୋଦ୍ଧାଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।

Advertisment

ସେ କହିଛନ୍ତି ଯେ ରାଜ୍ୟର ପ୍ରତି ଲୋକକୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଦିଆଯାଉଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜରିଆରେ ମାଗଣାରେ ସେବା ଦିଆଯାଉଛି। କ୍ୟାପିଟାଲ ହସ୍ପିଟାଲରେ ପିଜିଆଇ ପାଇଁ ସରକାର ମଂଜୁର କରିଛନ୍ତି। କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି। କରୋନା ଟେଷ୍ଟିଂ ପାଇଁ ବ୍ଲକ ସ୍ତରରେ ବି ବ୍ୟବସ୍ଥା କରାଯାଇଛି। ୩୦ ଜିଲ୍ଲାକୁ ରେଳ ସଂଯୋଗ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି। ସଡ଼କ ନିର୍ମାଣ ଓ ପରିବହନ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଉଛି। ଏବେ ଓଡ଼ିଶା ଏକ ବିଦ୍ୟୁତ ବଳକା ରାଜ୍ୟ ହୋଇପାରିଛି ବୋଲି ରାଜ୍ୟପାଳ କହିଛନ୍ତି।

କୋଭିଡରେ ଲୋକଙ୍କୁୂ କାମ ଦେବାକୁ ୨୧ କୋଟି ଶ୍ରମ ଦିବସ କରାଯାଇଛି। କର୍ମସଂସ୍ଥାନ ହରାଇଥିବା ପ୍ରବାସୀ ଶ୍ରମିକଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି। ଚାଷୀମାନଙ୍କୁ କାଳିଆ ଯୋଜନାରେ ସହାୟତା ଯୋଗାଇ ଦିଆଯାଉଛି। ୨୦୨୦-୨୧ରେ ୫୭ ଲକ୍ଷ ଚାଷୀ ପରିବାରକୁ ସହାୟତା ମିଳିଛି। ବଳରାମ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସହାୟତା ଦିଆଯାଉଛି। ଚାଷୀଙ୍କୁ ୫୦ ହଜାର ପର୍ଯ୍ୟନ୍ତ ଋଣ ବିନାସୁଧରେ ଦିଆଯାଉଛି। 

Advertisment
Odisha Assembly Budget Session
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ