/odishatv-khabar/media/post_attachments/uploadimage/library/16_9/16_9_0/IMAGE_1680843669.jpg)
Nameplates In Odia Will Mandatory In Odisha
ରାଜ୍ୟରେ ଚଳିତ ମାସରୁ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ। ସବୁ ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ। ଏହି ନିୟମ ଅନୁପାଳନ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ବ୍ୟବସାୟିକ ପ୍ରତିଷ୍ଠାନ ଲାଇସେନ୍ସ ରଦ୍ଦ କରାଯିବ।
Advertisment
ଏହାସହ ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ୍ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ଥର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ ହଜାର ଟଙ୍କା ଜରିମାନା କରାଯିବ।
ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)