Advertisment

BMCର ନୂଆ କମିଶନର ହେଲେ ବିଜୟ ଅମୃତ କୁଲାଙ୍ଗେ

ସୁନ୍ଦରଗଡ଼ ଜିଲ୍ଲାପାଳ ଆଇଏଏସ୍ ନିଖିଳ ପବନ କଲ୍ୟାଣଙ୍କୁ କଟକ ମ୍ୟୁନିସପାଲଟି କମିଶନର ଭାବେ ବଦଳି ହୋଇଛି । ସେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

Bijay Amrut Kulange

Bijay Amrut Kulange

Advertisment

୩ ମହାନଗର ନିଗମ କମିଶନର ବଦଳାଇଲେ ରାଜ୍ୟ ସରକାର । ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରର କମିଶନର ବଦଳାଇଲେ ସରକାର । ବିଜୟ ଅମୃତା କୁଲାଙ୍ଗେ ହେଲେ ଭୁବନେଶ୍ୱର ମହାନଗର କମିଶନର । ନିଖିଲ ପବନ କଲ୍ୟାଣ ହେଲେ କଟକ ମହାନଗର କମିଶନର । ଜେ. ସୋନାଲ ହେଲେ ବ୍ରହ୍ମପୁର ମହାନଗର କମିଶନର ।

Advertisment

ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି । ଏହାସହିତ ଓଏଏସ ଅଫିସରଙ୍କ ହାତରେ ଥିବା ଖୋର୍ଦ୍ଧା, ଭଦ୍ରକ, ରାୟଗଡ଼ା ଜିଲ୍ଲାର ଜିଲ୍ଲାପାଳ ପଦବୀକୁ ମଧ୍ୟ ସେମାନଙ୍କଠୁ ଛଡ଼ାଇ ନେଇ ଆଇଏଏସ୍ ଅଫିସରଙ୍କ ହାତରେ ନ୍ୟସ୍ତ କରାଯାଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୨୦୧୦ ବ୍ୟାଚ୍ ଆଇଏଏସ୍ ତଥା ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ଜଳସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବା ବେଳେ କନ୍ଧମାଳ ଜିଲ୍ଲାପାଳ ଆଇଏଏସ୍ ବୃନ୍ଦା ଡିଙ୍କୁ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ବାଲେଶ୍ୱର ଜିଲ୍ଲାର ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଓ ସେଠାରେ ଥିବା ବରିଷ୍ଠ ଓଏଏସ୍ ସଂଗ୍ରାମ କୁମାର ମହାପାତ୍ରଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରୋଜେକ୍ଟ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରୋଜେକ୍ଟ ନିର୍ଦ୍ଦେଶକ ଥିବା ଆଇଏଏସ୍ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ।

Advertisment

ସୁନ୍ଦରଗଡ଼ ଜିଲ୍ଲାପାଳ ଆଇଏଏସ୍ ନିଖିଳ ପବନ କଲ୍ୟାଣଙ୍କୁ କଟକ ମ୍ୟୁନିସପାଲଟି କମିଶନର ଭାବେ ବଦଳି ହୋଇଛି । ସେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ଗଞ୍ଜାମ ଜିଲ୍ଲାପାଳ ତଥା ୨୦୧୩ ବ୍ୟାଚ୍ ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ବଦଳି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ କମିଶନର ପଦବୀକୁ ଯୁଗ୍ମ ସଚିବ ପାହ୍ୟା ସହ ସମାନ କରାଯାଇଛି । ଏହାସହିତ ସେ କ୍ରୁଟ ପରିଚାଳନା ନିର୍ଦ୍ଦେଶକ ଓ ବିଏସସିଏଲ୍ ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି ଜଳସମ୍ପଦ ବିଭାଗର ଯୁଗ୍ମ ସଚିବ ଆଇଏଏସ ମଧୁସ୍ମତା ସାହୁଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ, ଭାବେ ବଦଳି ହୋଇଛନ୍ତି ।

Advertisment

କଳାହାଣ୍ଡି ଜିଲ୍ଲାପାଳ ଆଇଏଏସ୍ ଡଃ ଗାଭିଲ ପରାଗ ହର୍ଷଦଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ନୂଆପଡ଼ା ଜିଲ୍ଲାପାଳ ଆଇଏଏସ୍ ସ୍ୱଧା ଦେବ ସିଂଙ୍କୁ ରାୟଗଡ଼ା ଜିଲ୍ଲାପାଳ ଓ ରାୟଗଡ଼ାରେ ଥିବା ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସହ ଗୃହ ବିଭାଗ(ପ୍ରୋଟୋକଲ) ଦାୟିତ୍ୱ ମିଳିଛି ।

କଟକ ମହାନଗର ନିଗମ କମିଶନର ଆଇଏଏସ୍ ଅନନ୍ୟା ଦାସଙ୍କୁ ସମ୍ବଲପୁର ଜିଲ୍ଲାପାଳ ଓ ସମ୍ବଲପୁରରେ ଥିବା ଆଇଏଏସ୍ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଗଞ୍ଜାମ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ବ୍ରହ୍ମପୁର ମହାନଗର ନିଗମ କମିଶନର ଆଇଏଏସ୍ ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ଭଦ୍ରକରେ ଥିବା ଓଏଏସ୍ ତ୍ରିଲୋଚନ ମାଝୀଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି । ସେହିପରି ଗଞ୍ଜାମରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ଆଇଏଏସ୍ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେଙ୍କୁ ବାଲେଶ୍ୱର ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

କଳାହାଣ୍ଡି ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଦେବଗଡ଼ ଜିଲ୍ଲାପାଳ, ମୟୂରଭଞ୍ଜ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ୨୦୧୭ ବ୍ୟାଚର ଆଇଏଏସ୍ ପି ଅନଭେଶା ରେଡ୍ଡୀଙ୍କୁ କଳାହାଣ୍ଡି ଜିଲ୍ଲାପାଳ, ବାଲେଶ୍ୱର ଉପଜିଲ୍ଲାପାଳ ଆଇଏସଏସ୍ ପାଟିଲ ଆଶୀଷ ଈଶ୍ୱରଙ୍କୁ କନ୍ଧମାଳ ଜିଲ୍ଲାପାଳ, କେରାପୁଟ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ହେମକାନ୍ତ ସଏଙ୍କୁ ନୂଆପଡ଼ା ଜିଲ୍ଲାପାଳ, ବ୍ରହ୍ମପୁର ଉପଜିଲ୍ଲାପାଳ ୨୦୧୮ ବ୍ୟାଚ ଆଇଏଏସ୍ କୀର୍ତ୍ତି ଭାସନଙ୍କୁ ଗଞ୍ଜାମ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସମ୍ବଲପୁର ଉପଜିଲ୍ଲାପାଳ ଆଇଏଏସ୍ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର, ଗୁଣୁପୁର ଉପଜିଲ୍ଲାପାଳ ୨୦୧୮ ବ୍ୟାଚ୍ ଆଇଏଏସ୍ ଜେ ସୋନାଲଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଓ ନବରଙ୍ଗପୁର ଉପଜିଲ୍ଲାପାଳ ୨୦୧୯ ବ୍ୟାଚ ଆଇଏଏସ୍ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ସାଧାରଣ ପ୍ରଶାସନବିଭାଗର ଅନୁସଚିବ ଭାବେ ବଦଳି କରାଯାଇଛି ।

IAS Reshuffle
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ