• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ନବୀନଙ୍କ ନୂଆମନ୍ତ୍ରୀ ମଣ୍ଡଳ ଗଠନ ପରେ କିଛି ମନ୍ତ୍ରୀ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଅତନୁ ସବ୍ୟସାଚୀ ନାୟକ, ଟୁକୁନି ସାହୁ, ପ୍ରଫୁଲ୍ଲ ମଲିକ, ପ୍ରଦୀପ ଅମାତ, ରଜନୀକାନ୍ତ ସିଂ, ରାଜେନ୍ଦ୍ର ଢୋଲକିଆ, ଶ୍ରୀକାନ୍ତ ସାହୁ ପ୍ରମୁଖ ଏକାଠି ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାସହ ନିଜ ବିଭାଗ ସଠିକ ଭାବେ ପରିଚାଳନା ପାଇଁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ସେପଟେ ଗତକାଲି ନବୀନଙ୍କ ନୂଆ ଟିମ୍ ଗଠନ ହୋଇଛି । ୧୩ କ୍ୟାବିନେଟ୍ ଓ ୮ ରାଷ୍ଟ୍ରମନ୍ତ୍ରୀଙ୍କ ସମେତ ୨୧ ମନ୍ତ୍ରୀ ଶପଥ ନେବା ପରେ ବିଭାଗ ବଂଟନ ବି ହୋଇଛି । ଏହାପରେ ମନ୍ତ୍ରୀମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ନୂଆ ମନ୍ତ୍ରୀଙ୍କୁ 6Tର ମନ୍ତ୍ର ଦେଇଛନ୍ତି ନବୀନ । ଆଗର ୫T ସହିତ ଯୋଡ଼ି ହୋଇଛି ଆଉ ଗୋଟିଏ ଟି- TOUR ।

ମୋ ସରକାର କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଅଞ୍ଚଳ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିବାକୁ ଓ ତାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଜେଡିର ନିର୍ବାଚନୀ ଇସ୍ତାହାର ଅନୁସାରେ କାମ କରିବାକୁ କହିଛନ୍ତି । କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବା ସହିତ କୌଣସି ବିବାଦରେ ନ ପଡ଼ିବାକୁ ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ।