• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଓଡ଼ିଶାର ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ରାଜ୍ୟପାଳ ଭାବେ ନୂଆ ସାମ୍ବିଧାନିକ ଦାୟିତ୍ୱ ମୋ ପାଇଁ ଏକ ଗୁରୁ ଦାୟିତ୍ୱ । ଏହାକୁ ନିଷ୍ଠାର ସହ ପାଳନ କରିବି । ଝାଡ଼ଖଣ୍ଡର ଜାମସେଦପୁରର ଏକ କାର୍ଯ୍ୟକ୍ରମରେ ସେ ଗଣମାଧ୍ୟମକୁ କହିଛନ୍ତି, ଦୁନିଆରେ କେଉଁ କାମ ଅସମ୍ଭବ ନୁହେଁ।

୧୯୮୦ରୁ ଭାରତୀୟ ଜନତା ପାର୍ଟି ଯେଉଁ ଦାୟିତ୍ୱ ଦେଇଛି, ତାକୁ ଅତି ନିଷ୍ଠାର ସହ ସମ୍ପାଦନ କରିଛି । ଓଡ଼ିଶା କିଭଳି ବିକାଶର ନୂଆ ଶିଖର ଛୁଇଁବ ଏବଂ ସରକାରଙ୍କ କିଭଳି ସମନ୍ୱୟ ରଖି କିଭଳି କାମ କରାଯାଇ ପାରିବ, ସେ ଦିଗରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି ରଘୁବର ଦାସ ।

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇବେ ।

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ବିଧାନସଭା ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।