Advertisment

ଦୀପାବଳିରେ ଦର୍ଶନ ବନ୍ଦ : ଶ୍ରୀମନ୍ଦିର ସମ୍ମୁଖରେ କାଉଁରିଆ ଜାଳିବା ମନା

ଦୀପାବଳିରେ ଜଗା ଦର୍ଶନ ବନ୍ଦ । ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ । ଏହି ଅବସରରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ । ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତିମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଁରିଆ କାଠ ଜାଳିଥାନ୍ତି ।

ଅଦ୍ୟତନ ହୋଇଛି
puri

puri

Advertisment

ପୁରୀ : ଦୀପାବଳିରେ ଜଗା ଦର୍ଶନ ବନ୍ଦ । ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ । ଏହି ଅବସରରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା ଜାରି ହେବ । ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତିମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଁରିଆ କାଠ ଜାଳିଥାନ୍ତି ।

Advertisment

ତେବେ କୋଭିଡ୍ ସଂକ୍ରମଣ ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି । ଏଥିସହ କାଳିପୂଜା ଅବସରରେ ୪ ଓ ୫ ତାରିଖରେ ବୀରଗୋବିନ୍ଦପୁର ସ୍ଥିତ ଦକ୍ଷିଣକାଳୀ ପୀଠରେ ୧୪୪ଧାରା ଜାରି କରାଯିବ ।

ସେପଟେ ଆଜି ଠାରୁ ଶ୍ରୀମନ୍ଦିରରେ ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ନୂତନ ମାର୍ଗଦର୍ଶିକା ଅନୁଯାୟୀ ପୁରୀବାସୀ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ଯିବେ । ଦର୍ଶନ ପରେ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ । ଏଥିପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି । ଏହା ସହ ଦୁଇଟି କିଓସ୍କ କରାଯାଇଛି ।

Advertisment

ସ୍ୱତନ୍ତ୍ର ଧାଡିରେ ପୁରୀ ବାସିନ୍ଦା ଶ୍ରୀମନ୍ଦିରକୁ ଯାଇ ସାତ ପାହାଚ ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ପୁରୀ ବାସିନ୍ଦା ଦୁଇଟି ଡୋଜ କୋଭିଡ୍ ଟିକା କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।

Advertisment

ପୂର୍ବରୁ କେବଳ ସିଂହଦ୍ଵାର ଦେଇ ଶ୍ରୀମନ୍ଦିର ପ୍ରବେଶ ବ୍ୟବସ୍ଥା ହେଉଥିବାରୁ ଭକ୍ତଙ୍କ ଲମ୍ବା ଲାଇନ୍ ଲାଗୁଥିଲା ଓ ପୁରୀବାସୀ ମାନେ ମଧ୍ୟ ସେହି ଲାଇନ୍ ରେ ସାମିଲ ହେଉଥିଲେ । କିନ୍ତୁ ବାରମ୍ବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ପରେ ଆଜିଠାରୁ ପୁରୀବାସୀଙ୍କ ପାଇଁ ନୂଆ ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ତେବେ ପ୍ରଶାସନର ଏଭଳି ନୂଆ ଏସଓପିକୁ ସ୍ଥାନୀୟ ଅଧିବାସୀ ସ୍ୱାଗତ କରିଛନ୍ତି ।

Puri Srimandir Diwali
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ