/odishatv-khabar/media/post_attachments/uploadimage/library/16_9/16_9_0/IMAGE_1653706228.jpg)
High Security Number Plate
ଏଣିକି ପୁରୁଣା ଗାଡିରେ ବି ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ ବାଧ୍ୟତାମୂଳକ । ୨୦୧୯ ମସିହାରୁ ପଞ୍ଜୀକୃତ ସମସ୍ତ ଗାଡ଼ିରେ ଏହି ନମ୍ବର ପ୍ଲେଟ୍ ବ୍ୟବହାର ହେଉଥିବା ବେଳେ ୨୦୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଗାଡି ଗୁଡିକରେ ପୁରୁଣା ନମ୍ବର ପ୍ଲେଟ୍ ରହିଛି । କିନ୍ତୁ ଏବେ ଆଉ ପୁରୁଣା ନମ୍ବର ପ୍ଲେଟ୍ ଚଳିବ ନାହିଁ । ନୂଆ ନମ୍ବର ପ୍ଲେଟ୍ ବ୍ୟବହାରକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବାଧ୍ୟତାମୂଳକ କରିଛନ୍ତି । ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଗାଡିରେ ଏହି ନୂଆ ନମ୍ବର ପ୍ଲେଟ୍ ଲଗାଇବାକୁ କଡ଼ା ନିର୍ଦ୍ଦେଶ ରହିଛି । ଆଇନ୍ ଉଲଂଘନ କଲେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଲାଗିବ । ଏହି ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଯୋଗାଇବା ପାଇଁ ଓଡ଼ିଶା ଲାଗି ୪ଟି ସ୍ୱୀକୃତିପ୍ରାପ୍ତ ସଂସ୍ଥା ରହିଛି । ନମ୍ବର ଆବେଦନ ପାଇଁ ସ୍ୱତନ୍ତ୍ର ପୋର୍ଟାଲ ଆପ୍ ରଖାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)