Advertisment

GISରେ ସଂଶୋଧନ; ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ପରିବାରକୁ ମିଳିବ ଅଧିକ ସହାୟତା ରାଶି

ସରକାରୀ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ(GIS)ରେ ରାଜ୍ୟ ସରକାର ସଂଶୋଧନ କରିଛନ୍ତି। କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣ ବୃଦ୍ଧି କରାଯାଇଛି।

author-image
Rajalaxmi Sahoo
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପେନସନ୍ କଟିବା ଚର୍ଚ୍ଚାକୁ ନେଇ ସରକାର କହିଲେ ଏମିତି

Money

ଭୁବନେଶ୍ୱର: ସରକାରୀ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ(GIS)ରେ ରାଜ୍ୟ ସରକାର ସଂଶୋଧନ କରିଛନ୍ତି। କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣ ବୃଦ୍ଧି କରାଯାଇଛି। ପୂର୍ବରୁ ୪ ହଜାର ୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ’ ପାଉଥିବା କର୍ମଚାରୀଙ୍କୁ GIS ବାବଦରେ ୭ ହଜାର ୫୦୦ ଟଙ୍କା ଦିଆଯାଉଥିଲା। ଏବେ ଏହାକୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

Advertisment

ସେହିପରି ୫ ହଜାର ୪୦୦ କିମ୍ବା ଏହାଠାରୁ ଅଧିକ ଗ୍ରେଡ ପେ’ ପାଉଥିବା କର୍ମଚାରୀଙ୍କ GIS  ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। କର୍ମଚାରୀଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରିରେ ଥିବା ବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ।  

Advertisment

ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ’ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫ହଜାର ୪୦୦ କିମ୍ବା ଏହାଠାରୁ ଅଧିକ ଗ୍ରେଡ୍‌ ପେ’ ପାଉଥିବା କର୍ମଚାରୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।  

ଅନ୍ୟପକ୍ଷେ, ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। 

Odisha Govt Employees Group Insurance Scheme GIS
Advertisment
Advertisment