• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଆଜି ଠାରୁ ବିଧାନସଭାର ବଜେଟ୍ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି, ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ଭଳି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦିକୁ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି । ଏଥିସହିତ ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ । 

ପଞ୍ଚାୟତ ଓ ପୌର ନିର୍ବାଚନ ଥିବାରୁ ଏଥର ପୂର୍ଣ୍ଣାଙ୍ଗ ବଜେଟ୍ ଆସିନଥିଲା । ୪ ମାସ ପାଇଁ କାମଚଳା ଭାବେ ୧ଲକ୍ଷ ୬ହଜାର କୋଟି ଟଙ୍କା ବଜେଟ୍‌କୁ ବିଧାନସଭା ଅନୁମୋଦନ କରିଥିଲା । ତେଣୁ ଅବଶିଷ୍ଟ ୮ ମାସ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନର ପ୍ରଥମ ଦିନ ହିଁ ଗୃହରେ ଉପସ୍ଥାପତି ହେବ । ପୂରା ବଜେଟ୍ ପରିମାଣ ୨ଲକ୍ଷ ୧୦ ହଜାର କୋଟି ଟଙ୍କା ହେବ ବୋଲି କୁହାଯାଉଛି । ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ମନ୍ଦିର ବିକାଶ, ମିଶନ ଶକ୍ତି ଫୋକସରେ ରହିବ । ମିଶନ୍ ଶକ୍ତି ପାଇଁ ସ୍ୱତନ୍ତ୍ର ବଜେଟ୍ ରହିପାରେ । ଏଥର ବଜେଟ୍‌ରେ ସରକାର କିଛି ନୂଆ ସ୍କିମ ଆଣିବା ସମ୍ଭାବନା ମଧ୍ୟ ରହିଛି ।

ବଜେଟ୍ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ । ବଜେଟ୍ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟଦିବସ ରହିଛି । ମୌସୁମୀ ଅଧିବେଶନରେ ଗୃହ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ । ଅପରାହ୍ଣରେ ଅଧିବେଶନ ୪ଟାରୁ ସଂଧ୍ୟା ୭ଟା ଯାଏ କରିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି ।