Advertisment

୧୫ରେ ଓଡ଼ିଶା ବନ୍ଦ

ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି।

ଅଦ୍ୟତନ ହୋଇଛି
୧୫ରେ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

Odisha Bandh

Advertisment

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି। ତୈଳଦର ସହ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିର ପ୍ରତିବାଦ କରି ବାମ ଦଳ ଏହି ବନ୍ଦ ଡାକରା ଆହ୍ୱାନ ଦେଇଛି। ଦରବୃଦ୍ଧି କମାଇବାକୁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛି ସଂଗଠନ।

Advertisment

ସେହିପରି ରାଉରକେଲାରେ ମଧ୍ୟ ଆଜି ଓଡ଼ିଶା ବନ୍ଦ ଡାକରା ଆହ୍ୱାନରେ ରାଲି କରାଯାଇଥିଲା। ସହରର ବିଭିନ୍ନ ସ୍ଥାନରେ ବାଇକ ରାଲି ସହ ଶୋଭାଯାତ୍ରାରେ ଯାଇ ଓଡ଼ିଶା ବନ୍ଦକୁ ସଫଳ କରିବାକୁ ଆହ୍ୱାନ କରିଛି ବାମପନ୍ଥୀ ସଂଗଠନ।

Advertisment

ତେବେ ପୂର୍ବରୁ ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଜୁଲାଇ ୭ ତାରିଖରୁ ୧୭ ପର୍ଯ୍ୟନ୍ତ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି ।

ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ୯ ତାରିଖରେ ଜିଲ୍ଲା ସ୍ତରରେ ଧାରଣ ଦିଆଯାଇଥିଲା ଏବଂ ୧୪ ତାରିଖରେ ଭୁବନେଶ୍ୱରରେ ବିକ୍ଷୋଭ କରାଯିବା ନେଇ ନିଷ୍ପତ୍ତି ନେଇଥିଲା ଦଳ । ଆଗରୁ ଏହି ସୂଚନା ଦେଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ ଅଭିଯୋଗ କରିଥିଲେ, କରୋନା ବେଳେ କେନ୍ଦ୍ର ସରକାର ଲୋକଙ୍କୁ ସହାୟତା କରିବା ପରିବର୍ତ୍ତେ ସେମାନଙ୍କ ଉପରେ ଆର୍ଥିକ ବୋଝ ଲଦୁଛନ୍ତି । ପେଟ୍ରୋଲ, ଡିଜେଲ ବଢ଼ିବା ଯୋଗୁଁ ନିତିଦିନିଆ ସାମଗ୍ରୀ ଦର ବଢୁଛି । ତେଣୁ ଆସନ୍ତା ୧୫ରେ ଦିନିକିଆ ପେଟ୍ରୋଲ, ଡିଜେଲ୍ ବର୍ଜନ କରିବାକୁ ମଧ୍ୟ ସେ ଲୋକଙ୍କୁ ଆହ୍ୱାନ ଦେଇଥିଲେ । ୧୭ରେ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରୁ ଲୋକଙ୍କ ଦସ୍ତଖତ ସଂଗ୍ରହ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି ।

Advertisment
Odisha News Odisha Petrol Price Odisha Bandh
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ