• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆଜି ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ । ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଦିନ ୧୨ଟା ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ପହଞ୍ଚିବେ ।

ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ଣ ୧୨ଟା ୩୦ ମିନିଟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ମନ୍ଦିର ପରିସରରେ ପ୍ରାୟ ଦେଢ ଘଣ୍ଟା ରହଣି କାର୍ଯ୍ୟକ୍ରମ ରହିଛି । ଗତକାଲି ହଜାରେରୁ ଅଧିକ ମହିଳା ମହାନଦୀରୁ ଜଳ କୁମ୍ଭ ଧରି କଳସ ଯାତ୍ରା କରି ସମଲେଇ ମନ୍ଦିରକୁ ଯାଇଥିଲେ । ମନ୍ଦିରରେ ନଡ଼ିଆ କଳସ ଗୁଡିକୁ ରଖାଯାଇଛି ।

ଯଜ୍ଞ କୁଣ୍ଡରେ ଆଜି ଠାରୁ ହୋମ ଯଜ୍ଞ ଆରମ୍ଭ ହେବ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଓ ସ୍ୱତନ୍ତ୍ର ଦେବ ନୀତି ପାଇଁ ଆଜି ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସମଲେଇ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ସାରା ରାଜ୍ୟରେ ସମସ୍ତ ସ୍କୁଲ କଲେଜକୁ ପୂର୍ବରୁ ବନ୍ଦ ଘୋଷଣା କରାଯାଇଛି ।

ସମ୍ବଲପୁର ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗତ ୨୫ ତାରିଖରେ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର । ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ । ଏହି ପ୍ରକଳ୍ପର ୪ଟି ମୁଖ୍ୟ ଲକ୍ଷ୍ୟ ରହିଛି ।

ସେଗୁଡ଼ିକ ହେଲା ମାଆ ସମଲେଶ୍ୱରୀଙ୍କ ମନ୍ଦିର ପରିସରର ରୂପାନ୍ତରଣ, ଭକ୍ତ ଓ ଶ୍ରଦ୍ଧାଳୁ ମନରେ ଆଧ୍ୟାତ୍ମିକ ମନୋଭାବ ସୃଷ୍ଟି ପାଇଁ ଗୁରୁତ୍ୱ, ସମ୍ବଲପୁରର ପର୍ଯ୍ୟଟନ ଅର୍ଥନୀତି ପ୍ରତି ଗୁରୁତ୍ୱ ଓ ମନ୍ଦିର ଚାରିପଟେ ଅନ୍ୟାନ୍ୟ ପ୍ରକଳ୍ପର ବିକାଶ ଓ ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ପାଇଁ ସୁଯୋଗ ସୃଷ୍ଟି ।

  • Reported by:
  • SANJAY JENA