ମୋଦିଙ୍କୁ ନବୀନଙ୍କ ଚିଠି-ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆହୁରି ୮ ମାସ ମାଗଣା ରାସନ୍‌ ଦିଆଯାଉ

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି।  

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(PMGKAY) ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିଠି ଲେଖି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଛନ୍ତି।

ପୂର୍ବ ଘୋଷଣା ମୁତାବକ, ୭ ମାସ ମାଗଣା ରାସନ୍ ଦିଆଯାଇଥିବା ବେଳେ ଆହୁରି ୮ ମାସ ଏହାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଟଳିନି। ଦେଶରେ ଏବେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ରହିଛି। ତେଣୁ ଲୋକଙ୍କ ପାଇଁ ଡିସେମ୍ବର ମାସରୁ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି।  

କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର PMGKAY ଜରିଆରେ ୭ ମାସ ମାଗଣା ରାସନ ଦେଇଥିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।