Advertisment

ନୂଆଁଖାଇ ଅବସରରେ ଚାଷୀଙ୍କୁ 'କାଳିଆ' ଭେଟି

ଏହି ଅବସରରେ ଚାଷୀର ସମସ୍ୟାକୁ ଆଦୌ ଅଣଦେଖା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀର କଲ୍ୟାଣ ପାଇଁ ସମଗ୍ର ଦେଶରେ ସବୁଠୁ ଭଲ ଯୋଜନା। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ । ଲକ୍ଷଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠୁ ଅଧିକ ଉପକାର ପାଉଛନ୍ତି ।

author-image
Chandan Shishu
Farmer

Farmer

ଭୁବନେଶ୍ୱର: ନୂଆଁଖାଇ ଅବସରରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ କାଳିଆ ଭେଟି। ରବି ଫସଲ ପାଇଁ ଆଜି ଚାଷୀଙ୍କୁ ମିଳିଛି କାଳିଆ ସହାୟତା। ରାଜ୍ୟର ମୋଟ ୩୭ ଲକ୍ଷ ୧୨ ହଜାର ୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରର ବ୍ୟାଙ୍କ ଖାତାକୁ ଯାଇଛି ମୋଟ ୭୪୩.୫୮ କୋଟି ଟଙ୍କା। ପ୍ରତି ଚାଷୀଙ୍କ ବ୍ୟାଙ୍କ ଖାତାରେ ୨ ହଜାର ଲେଖାଏଁ ଟଙ୍କା ଜମା ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କୋଭିଡ ମହାମାରୀ ପରଠୁ ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀମାନଙ୍କୁ ୩୨ଶହ କୋଟିରୁ ଅଧିକ ଟଙ୍କା ସହାୟତା ପ୍ରଦାନ କରାଯାଇଛି।

Advertisment

ଏହି ଅବସରରେ ଚାଷୀର ସମସ୍ୟାକୁ ଆଦୌ ଅଣଦେଖା କରାଯାଇପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି କାଳିଆ ଯୋଜନା ହେଉଛି ଚାଷୀର କଲ୍ୟାଣ ପାଇଁ ସମଗ୍ର ଦେଶରେ ସବୁଠୁ ଭଲ ଯୋଜନା। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶର ଏକମାତ୍ର ରାଜ୍ୟ । ଲକ୍ଷଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠୁ ଅଧିକ ଉପକାର ପାଉଛନ୍ତି । କୋଭିଡ୍ ମହାମାରୀ ଆରମ୍ଭ ହେବା ପରଠୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀମାନଙ୍କୁ ୩୨ଶହ କୋଟିରୁ ଅଧିକ ଟଙ୍କା ସହାୟତା ପ୍ରଦାନ କରିସାରିଲେଣି । ଚାଷୀଙ୍କ ସମସ୍ୟାକୁ କେବେ ଅଣଦେଖା କରାଯାଇ ପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏମଏସପି ଓ ଫସଲ ବୀମା ପ୍ରସଙ୍ଗରେ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି କହିଛନ୍ତି।

ସାର ଅଭାବକୁ ନେଇ ଦେଖାଦେଇଥିବା ଅସୁବିଧାର ସମାଧାନ ପାଇଁ ମଧ୍ୟ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଥିବା କହିଛନ୍ତି । ମରୁଡ଼ି ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏବେ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ଆଶାବ୍ୟକ୍ତ କରିଛନ୍ତି । କୃଷି ବିଭାଗର ପରାମର୍ଶ ଅନୁସାରେ ଚାଷୀମାନେ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନୂଆଁଖାଇ ହେଉଛି ମାଟି ମା’ର ପର୍ବ । ଆଉ ଚାଷୀମାନେ ହେଉଛନ୍ତି ମାଟି ମା’ର ସବୁଠୁ ବଡ଼ ପୂଜାରୀ । ତେଣୁ ଏହି ପବିତ୍ର ଦିନରେ ସହାୟତା ଦିଆଯାଉଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ ।

Advertisment
Odisha Kalia Yojana
Advertisment
Advertisment