Advertisment

ନବୀନଙ୍କ ବଡ଼ ନିଷ୍ପତ୍ତି: ପ୍ରତି ପୋଲିସ୍‌ ଜିଲ୍ଲାରେ ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି। ଏଣିକି ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା। ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।

Naveen Patnaik

Naveen Patnaik

Advertisment

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି। ଏଣିକି ଶିଶୁଙ୍କ ପାଇଁ ରହିବ ସ୍ୱତନ୍ତ୍ର ଥାନା। ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

Advertisment

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ୱତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି । ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ୱତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ । ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ।

Advertisment

କେବଳ ଏତିକି ନୁହେଁ ବରଂ ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ କଣ କରିବେ ବା ନ କରିବେ ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ୱତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, Firstaid Kits ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ। ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବବୋଲି ଆଶା କରାଯାଏ । ତେବେ ଏହି ଷ୍ଟେସନ ଖୋଲିବା ପରେ ଶିଶୁମାନେ ଶୀଘ୍ର ନ୍ୟାୟ ପାଇପାରିବେ ବୋଲି କୁହାଯାଉଛି।

Odisha Naveen Patnaik CMO
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ