• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ବନ୍ଦ ପାଳନ କରାଯାଉଛି । ଦେବଗଡ ଜିଲ୍ଲା କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ସକାଳ ୬ଟାରୁ ସା ୬ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଫଳରେ ଗାଡିମଟର ଓ ବ୍ୟବସାୟିକ ପ୍ରତିଷ୍ଠାନ ଏବେ ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯିବ ।

କୃଷକ ସଙ୍ଘର୍ଷ ସଙ୍ଘ ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ବହୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିବାରୁ ଶତାଧିକ ଗାଡି ଅଟକି ରହିଛି । ଗତବର୍ଷ ଖରିଫ ଋତୁରେ ସ୍ୱଳ୍ପ ବର୍ଷା ଯୋଗୁଁ ଜିଲ୍ଲାରେ ମରୁଡି ସମସ୍ୟା ଦେଖାଯାଇଥିଲା । ମାତ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ ଆଜି ପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପ୍ରଦାନ କରାଯାଇ ନଥିବା ଅଭିଯୋଗ ହୋଇଛି । ଯାହାର ପ୍ରତିବାଦରେ କୃଷକ ସଙ୍ଘର୍ଷ ସଙ୍ଘ ପକ୍ଷରୁ ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି ।