Advertisment

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି, ୨ଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା

ନୂଆ ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ ।

Mamata Scheme

Mamata Scheme

Advertisment

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି । ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୧୦ ହଜାର ଟଙ୍କା ମିଳିବ। ପୂର୍ବରୁ ଏହା ୫ ହଜାର ଥିଲା। ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ। ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ ପାଇଁ ରାଜ୍ୟ ସରକାର ୨୦୧୧ ମସିହାରେ ମମତା ଯୋଜନାର ଶୁଭାରମ୍ଭ କରିଥିଲେ।

Advertisment

ନୂଆ ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ ଗର୍ଭାବସ୍ଥାର ୬ ମାସ ପରେ ୬ ହଜାର ଓ ଦ୍ୱିତୀୟ କିସ୍ତିରେ ଶିଶୁକୁ ୧୦ ମାସ ହେବା ପରେ ୪ ହଜାର ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି। ୧୯ ବର୍ଷରୁ ଅଧିକ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ତା ସହ ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମାଆମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।

Pregnant Woman
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ