• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆଜି ଆସିବ କାମ ଚଳା ବଜେଟ୍। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଉପସ୍ଥାପନ କରିବେ। ଏହା ପୂର୍ବରୁ ଗତକାଲି ଆସିଥିବା ଅର୍ଥନୈତିକ ସର୍ଭେ ରିପୋର୍ଟରୁ ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୧୦.୧% ରହିବା ନେଇ ଆକଳନ କରାଯାଇଛି।

ଚଳିତ ବର୍ଷ ଜାତୀୟ ହାର ୮.୮% ଲକ୍ଷ୍ୟ ରଖାଯାଇଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ଜାତୀୟ ହାରଠୁ ଅଧିକ ଆକଳନ କରାଯାଇଛି। ଓଡ଼ିଶାର ବିକାଶମୂଳକ ପଦକ୍ଷେପ, ଦକ୍ଷତାର ସହ କୋଭିଡ ପରିଚାଳନା, ଟିକାକରଣ ପାଇଁ ଏହା ସମ୍ଭବ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି।

୨୦୨୦-୨୧ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୫.୩% ପ୍ରତିଶତ ରହିଛି। ରାଜ୍ୟର ମୁଣ୍ଡ ପିଛା ଆୟ ମଧ୍ୟ ବଢ଼ିଛି। ୨୦୧୧-୧୨ ଆର୍ଥିକ ବର୍ଷରେ ଏହା ୪୮ ହଜାର ୪୯୯ ଥିବା ବେଳେ ୨୦୨୧-୨୨ରେ ଏହା ୧ ଲକ୍ଷ ୨୭ ହଜାର ୩୮୩ରେ ପହଁଞ୍ଚିଛି।  ୨୦୧୧-୧୨ ତୁଳନାରେ ଏହା ଡବଲ ଡିଜିଟ ଛୁଇଁ ଥିବାବେଳେ ଏ କ୍ଷେତ୍ରରେ ୧୬. ୮% ବୃଦ୍ଧି ହୋଇଛି।

ରାଜ୍ୟର ଦ୍ରୁତ ଅଭିବୃଦ୍ଧି ହାର, ପୁଞ୍ଜି ନିବେଶ, ନିଯୁକ୍ତି ସୁଯୋଗ ସୃଷ୍ଟି ଓ ଜନସଂଖ୍ୟାରେ ସ୍ତିରତା ଯୋଗୁ ମୁଣ୍ଡ ପିଛା ଆୟ ବଢ଼ିଥିବା ରିପୋର୍ଟରେ ଦର୍ଶାଯାଇଛି। ସେହିଭଳି ରାଜ୍ୟ ଅର୍ଥନୀତିକୁ କୃଷି କ୍ଷେତ୍ରର ଯୋଗଦାନ ୨୦.୨୧% ରହିଛି।

OTV is now on Whatsapp

Join and get latest news update delivered to you via whatsapp

Join Now