/odishatv-khabar/media/post_attachments/uploadimage/library/16_9/16_9_0/IMAGE_1640364507.jpeg)
Lokaseva Bhawan
ରାଜ୍ୟରେ OAS ଅଧତ୍କାରୀ ସ୍ତରରେ ବଡ଼ ଧରଣର ଅଦଳବଦଳ । ରାଜ୍ୟ ସରକାର ପକ୍ଷରୁ ଦିଆଗଲା ସୂଚନା । OAS ଅଧିକାରୀ କଳ୍ପତରୁ ବେହେରାଙ୍କୁ ସିଏମସିର ଅତିରିକ୍ତ କମିଶନର ପଦକୁ ବଦଳି କରାଯାଇଥିବା ବେଳେ ଅବିନାଶ ରାଉତଙ୍କୁ ଏସସିବି ରେଜିଷ୍ଟ୍ରାର (ଆଡମିନିଷ୍ଟ୍ରେସନ) ଦାୟିତ୍ୱ ଦିଆଯାଇଛି ।
Advertisment
ସେହିଭଳି ପାରଳାଖେମୁଣ୍ଡି ସବ୍ କଲେକ୍ଟର ଥିବା ଦିଲୀପ କୁମାର ମହାରଣାଙ୍କୁ ସାଧାରଣ ପ୍ରଶାସନ ବିଭାଗ OSD କରାଯାଇଥିବା ବେଳେ ମାଲକାନଗିରି ଆଇଟିଡିଏ ପିଏ ଭାବେ କାର୍ଯ୍ୟରତ ଥିବା କ୍ଷୀରାବ୍ଦୀ ବେହେରାଙ୍କୁ ମାଲକାନଗିରି ଅତିରିକ୍ତ ପିଡି DRDA ଭାବେ ବଦଳି କରାଯାଇଛି ।
ସେପଟେ ମୟୂରଭଞ୍ଜ ବିଜିତଲାରେ ବିଡିଓ ଥିବା ତ୍ରିନାଥ ମାଝୀଙ୍କୁ ମାଲକାନଗିରି ITDAର ପିଏ ଭାବେ ବଦଳି କରାଯାଇଛି । ସେହିଭଳି ଗଞ୍ଜାମ ଜିଲ୍ଲା ଚିକିଟିରେ ବିଡିଓ ଥିବା ଫାଲ୍ଗୁନୀ ମାଝୀଙ୍କୁ ଗଜପତିର ITDA ପିଏ ଭାବେ ନିଯୁକ୍ତି ଦିଆଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)