• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ପୁଣି ମାଡ଼ି ଚାଲୁଥିବା ବେଳେ ରାଜ କୁମାର ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ତାଙ୍କୁ ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱ ଦିଆଯାଇଛି। ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଦାୟିତ୍ୱ ଦିଆଯାଇଛି।  ସେହିପରି ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର, ମଧୁସୂଦନ ପାଢ଼ୀଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଓ  ସତ୍ୟବ୍ରତ ସାହୁଙ୍କୁ ମିଳିଲା ରାଜସ୍ୱ ବିଭାଗ ଦାୟିତ୍ୱ ମିଳିଛି। 

ସେହିପରି ରଞ୍ଜନା ଚୋପ୍ରାଙ୍କୁ ଏମ୍ଏସ୍ଏମ୍ଇ ସଚିବ, ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର OSD, ଭାସ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର, ଭୂପେନ୍ଦ୍ର ସିଂ ପୁନିଆଙ୍କୁ IDCOର ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। 

OTV is now on Whatsapp

Join and get latest news update delivered to you via whatsapp

Join Now