Advertisment

ଓଡ଼ିଶା ସରକାରଙ୍କ ଦୀପାବଳି ଉପହାର: ବଢ଼ିଲା ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା

ଚୁକ୍ତିଭିତ୍ତିରେ ନିୟୋଜିତ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଉପହାର। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ତଥା ଆଉଟସୋର୍ସିଂ ଜରିଆରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ଦରମା ୨୫% ବୃଦ୍ଧି କରାଯାଇଛି।

ଅଦ୍ୟତନ ହୋଇଛି
Odisha government hikes salary of contractual staff

Odisha government hikes salary of contractual staff

Advertisment

ଭୁବନେଶ୍ୱର: ଚୁକ୍ତିଭିତ୍ତିରେ ନିୟୋଜିତ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଉପହାର। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚୁକ୍ତିଭିତ୍ତିକ ଭାବେ ନିଯୁକ୍ତି ପାଇଥିବା ତଥା ଆଉଟସୋର୍ସିଂ ଜରିଆରେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ଦରମା ୨୫% ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

Advertisment

ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର କର୍ମଚାରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ।

Advertisment

ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି କର୍ମଚାରୀଙ୍କ ଇପିଏଫ୍ ଓ ଇଏସ୍ଆଇ ମଧ୍ୟ ସମ୍ପୃକ୍ତ ନିଯୁକ୍ତି ପ୍ରଦାନକାରୀ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ। ନଚେତ୍‌ ସଂପୃକ୍ତ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏତ୍‌ଦବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ସେହିପରି ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ମାତୃତ୍ୱ ଛୁଟି ପ୍ରଦାନ ବିଷୟରେ ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ କହିଛନ୍ତି।

Advertisment
Odisha Government Salary Hike Contractual Staff
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ