ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପା ସହାୟତା ରାଶି ବୃଦ୍ଧି ହୋଇଛି। ଡ୍ୟୁଟି ସମୟରେ ମୃତ୍ୟୁ ଘଟିଲେ ୧୦ ଲକ୍ଷ ଟଙ୍କାର ସହାୟତା ମିଳିବ। ସହାୟତା ରାଶି ୪ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି।
ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା ପାଇଁ ସହାୟତା ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ୧ ଲକ୍ଷରୁ ୨ ଲକ୍ଷକୁ ବୃଦ୍ଧି କରାଯାଇଛି।