Advertisment

ବଢ଼ିଲା ଆଶାକର୍ମୀଙ୍କ ଦରମା; ମାସିକ ପାରିଶ୍ରମିକ ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି

ପାରିଶ୍ରମିକ ବାବାଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ।

ଅଦ୍ୟତନ ହୋଇଛି
ASHA Workers Salary Hike

ASHA Workers

Advertisment

ବଢ଼ିଲା ଆଶାକର୍ମୀଙ୍କ ଦରମା। ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ପାରିଶ୍ରମିକ ୪ ହଜାର ୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି ପାଇଛି। ଏଥିଯୋଗୁ ଉପକୃତ ହେବେ ୪୯ ହଜାର ୫୨୨ ଆଶାକର୍ମୀ।

Advertisment

ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ।

ସୂଚନାଯୋଗ୍ୟ, ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣାରେ ବସିଥିଲେ। ନିଯୁକ୍ତି ସହ ୨୬ ହଜାର ଦରମା ଓ ୧୦ ହଜାର ପେନସନ୍‌ ମୃତ୍ୟୁକାଳୀନ ବୀମାରାଶି ଦାବିରେ ଆଶାକର୍ମୀମାନେ ଧାରଣାରେ ବସିଥିଲେ।

Advertisment

ସେହିପରି କିଛିଦିନି ତଳେ ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବି ବୃଦ୍ଧି କରାଯାଇଛି । ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ୭ ହଜାର ୫୦୦ଟଙ୍କାରୁ ୧୦ ହଜାରକୁ ବୃଦ୍ଧି ପାଇଥିଲା । 

Salary Hike ASHA Workers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ