/odishatv-khabar/media/post_attachments/uploadimage/library/16_9/16_9_0/IMAGE_1707920671.jpg)
Increases Artists Monthly Allowance
ନିର୍ବାଚନ ପୂର୍ବରୁ ସରକାର ଦେଲେ ଖୁସି ଖବର । କଳାକାର ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର । କଳାକାର ସହାୟତା ରାଶି ମାସିକ ୧୨ ଶହରୁ ୨ ହଜାରକୁ ବଢାଇଲେ ରାଜ୍ୟ ସରକାର । ୮୦ ବର୍ଷରୁ ଅଧିକ ହୋଇଥିଲେ ମାସକୁ ୨୫ ଶହ ଟଙ୍କା ପାଇବେ । ଚଳିତ ଫେବ୍ରୁଆରୀ ୨୦ରୁ ୨୫ ତାରିଖ ଭିତରେ ବର୍ଦ୍ଧିତ ରାଶି ମିଳିବ । ରାଜ୍ୟର ୮୦ ହଜାର କଳାକାର ଏହାଦ୍ୱାରା ଉପକୃତ ହେବେ ।
୪ ଦିନ ତଳେ ବଢ଼ିଥିଲା ମଧୁବାବୁ ପେନସନ୍ ଯୋଜନାର ଭତ୍ତା ଟଙ୍କା । ଏହି ଯୋଜନାରେ ୫ ଶହ ଟଙ୍କା ଅଧିକ ବୃଦ୍ଧି କରାଯାଇଥିଲା । ସେହିପରି ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧ ହଜାର ଟଙ୍କା କରାଯାଇଥିଲା । ଚଳିତ ଫେବ୍ରୁୟାରୀରୁ ଏହା ଲାଗୁ ହେବ । ଫେବୃୟାରୀ ୨୦ରୁ ୨୫ ମଧ୍ୟରେ ବର୍ଦ୍ଧିତ ପେନସନ ମିଳିବ । ଏଥିପାଇଁ ଖର୍ଚ୍ଚ ହେବ ୩ ହଜାର ୬୮୩ କୋଟି ଟଙ୍କା । ଜାତୀୟ ସାମାଜିକ ସୁରକ୍ଷା ହିତାଧିକାରୀ ମଧ୍ୟ ରାଜ୍ୟ ସରକାରଙ୍କ ଏହି ବର୍ଦ୍ଧିତ ଭତ୍ତା ପାଇବାର ସୁବିଧା ପାଇବେ । ଏଥିପାଇଁ ବାର୍ଷିକ ଖର୍ଚ୍ଚ ହେବ ୩ ହଜାର ୬୮୩ କୋଟି ଟଙ୍କା ।
ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫ଶହ ଟଙ୍କା, ୭ଶହ ଟଙ୍କା ଓ ୯୦୦ ଟଙ୍କା ପାଉଥିଲେ । ହେଲେ ବର୍ଦ୍ଧିତ ପେନସନ ଅନୁଯାୟୀ ବର୍ତ୍ତମାନ ସେମାନଙ୍କୁ ଏବେ ଯଥାକ୍ରମେ ୧୦୦୦ ଟଙ୍କା, ୧୨୦୦ ଟଙ୍କା ଓ ୧୪୦୦ ଟଙ୍କା ମିଳିବ । ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବ୍ରୁଆରୀ ମାସର ପେନସନ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ । ପୂର୍ବରୁ ବିଭିନ୍ନ ଅଞ୍ଚଳର ଲୋକମାନେ ମଧୁବାବୁ ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ । ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ରାଶି ପରିମାଣକୁ ବୃଦ୍ଧି କରିଛନ୍ତି ।
ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ । ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)