/odishatv-khabar/media/post_attachments/uploadimage/library/16_9/16_9_0/ESMA_1681730297.jpg)
ESMA
ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏସମା ଲାଗୁ କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଲାଗୁ ହୋଇଛି ଏସମା । ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ଏସମା ଲାଗୁ କରାଯାଇଛି । ତା’ଛଡ଼ା ଅନ୍ୟ ତୃତୀୟ ଶ୍ରେଣୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପ୍ରତି ବି ଏହା ଲାଗୁ ହୋଇଛି ।
ଜରୁରୀ ସେବାରେ ବ୍ୟାଘାତ ନଘଟାଇବା ପାଇଁ ଲାଗୁ ହେଲା ଏସମା । ସମସ୍ତ ପ୍ରକାର ସରକାରୀ ଚିକିତ୍ସାଳୟରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଏହା ଲାଗୁ ହୋଇଛି । ଆସନ୍ତା ୬ ମାସ ପର୍ଯ୍ୟନ୍ତ ନିୟମ ଲାଗୁ ହୋଇଥିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଏଣିକି ଆଉ ସ୍ୱାସ୍ଥ୍ୟକର୍ମୀମାନେ ଆନ୍ଦୋଳନ କରିପାରିବେନି । ନର୍ସ ଓ ଫାର୍ମାସିଷ୍ଟଙ୍କ ଆନ୍ଦୋଳନ ଉପରେ ଲାଗିଲା ରୋକ୍ । ସ୍ୱାସ୍ଥ୍ୟ ବିଭାଗର ଅନ୍ୟ କର୍ମଚାରୀମାନଙ୍କ ଉପରେ ମଧ୍ୟ ଏହି କଟକଣା ଲାଗୁ କରାଯାଇଛି । ସ୍ୱାସ୍ଥ୍ୟ କର୍ମୀଙ୍କ ଏହି କାମ ଛାଡ ଆନ୍ଦୋଳନକୁ ବାରଣ କରାଯାଇିଛି । ଆଗାମୀ ୬ମାସ ଯାଏ ଆନ୍ଦୋଳନ ଉପରେ ରୋକ୍ ଲଗାଇଛନ୍ତି ପ୍ରଶାସନ । ଜରୁରୀ ସେବା ଆଇନ୍ ୧୯୮୮ ଆଧାରରେ ଏହି କଟକଣା ଲଗାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)