/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704698711.jpg)
Strike Called off
ଆନ୍ଦୋଳନରୁ ଓହରିଲେ ଟ୍ରାନ୍ସପୋର୍ଟ କର୍ମଚାରୀ । ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ମୁଖ୍ୟ ସଚିବ, ପରିବହନ ସଚିବଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ସଂଘ । ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ସୂଚନା ଥାଉକି, ଆଜିଠାରୁ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବା ନେଇ ଗତକାଲି ଗଣମାଧ୍ୟମକୁ ସୂଚନା ଦେଇଥିଲା। ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଡ୍ରାଇଭରଙ୍କ ପାଇଁ କରାଯାଇଥିବା କଡ଼ା ଦଣ୍ଡ ବିଧାନ ବ୍ୟବସ୍ଥାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳୀନ ଧର୍ମଘଟ ଡାକରା ଦେଇଥିଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ।
ତେଣୁ ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଥିଲା । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ିଥିଲା । କାରଣ ଯୋଗାଣ ପ୍ରଭାବିତ ହୋଇଥିଲେ ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ଥିଲା ।
ହେଲେ ରାଜ୍ୟ ସରକାରଙ୍କ ସହ ମହାସଂଘର ଆଲୋଚନା ସଫଳ ହୋଇଛି । ମୁଖ୍ୟ ସଚିବ, ପରିବହନ ସଚିବଙ୍କ ସହ ଆଲୋଚନା ପରେ ଅନ୍ଦୋଳନରୁ ଓହରିଛି ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)