/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700412271.jpg)
Odisha’s renowned cardiologist Dr JP Das passes away at 90
ବିଶିଷ୍ଟ ହୃଦ୍ ରୋଗ ବିଶେଷଜ୍ଞ ଜେ.ପି. ଦାସଙ୍କ ଦେହାନ୍ତ ହୋଇଛି । ଆଜି ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ହୋଇଥିଲା । ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ।
ଏସସିବି ମେଡିକାଲ କଲେଜ ହୃଦରୋଗ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ ସ୍ୱର୍ଗତ ଲୋକପ୍ରିୟ ଡାକ୍ତର ପ୍ରଫେସର ଯଦୁନାଥ ପ୍ରସାଦ ଦାସ । ୧୯୩୩ ମସିହା ଅଗଷ୍ଟ ୫ ତାରିଖରେ ଖୋର୍ଦ୍ଧାରେ ଜନ୍ମ ଗ୍ରହଣ କରିଥିଲେ ଡାକ୍ତର ଜେ.ପି. ଦାସ । ଓଡ଼ିଶାରେ ହୃଦରୋଗ ଚିକିତ୍ସାର ପିତାମହ ରୂପେ ପରିଚିତ ଥିବା ଜେ.ପି. ଦାସଙ୍କ ଦେହାନ୍ତରେ ବହୁ ଡାକ୍ତର ଓ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।
ବିଶିଷ୍ଟ ହୃଦ୍ ରୋଗ ବିଶେଷଜ୍ଞ ଜେ.ପି. ଦାସଙ୍କୁ ହୃଦରୋଗ ଚିକିତ୍ସାର ପିତାମହ ବୋଲି କୁହାଯାଉଥିଲା । ଜେ.ପି. ଦାସ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ । ୯୦ ବର୍ଷ ବୟସରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)