/odishatv-khabar/media/post_attachments/uploadimage/library/16_9/16_9_0/____1646718123.jpg)
Odisha’s Sruti MohapatraTo Receive Nari Shakti Puraskar
ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଆଜିର ଦିନଟିକୁ ମହିଳା ମାନଙ୍କ ପାଇଁ ଉତ୍ସର୍ଗ କରାଯାଇଛି। ୧୯୭୭ ମସିହାରୁ ସାରା ବିଶ୍ୱରେ ଆଜିର ଦିନକୁ ଆନ୍ତର୍ଜାତିକ ମହିଳା ଦିବସ ଭାବେ ପାଳନ କରାଯାଉଛି।
ଚଳିତ ବର୍ଷ ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ‘ନାରୀ ଶକ୍ତି’ ପୁରସ୍କାରରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୁତିଙ୍କୁ ସମ୍ମାନିତ କରିଛନ୍ତି। ଶ୍ରୁତିିଙ୍କ ସମେତ ଦେଶର ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ୨୯ ଜଣ ମହିଳାଙ୍କୁ ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନିତ କରିଛନ୍ତି। ୨୦୨୦ ଏବଂ ୨୦୨୧ ବର୍ଷ ଲାଗିି ଦେଶର ନାରୀ ଶକ୍ତି ବିଜେତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।
ଗତକାଲି ନାରୀ ଶକ୍ତି ବିଜେତାଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାଜର ବିଭିନ୍ନ ବର୍ଗଙ୍କ ଲାଗି ଉତ୍ସର୍ଗୀକୃତ ଜୀବନ ଜିଉଁଥିବା ନାରୀ ଶକ୍ତିମାନଙ୍କୁ ଭୁରି ଭୁରି ପ୍ରଶଂସା କରିଥିଲେ। ‘ସବ୍କା ପ୍ରୟାସ’ ସୁନିଶ୍ଚିତ କରିବା ଉପରେ ସରକାର ଜୋର ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ। ସେହିପରି ମହିଳାମାନଙ୍କ ମଧ୍ୟରେ ରହିଥିବା ସମ୍ଭାବନାକୁ ସାକାର ରୂପ ଦେବା ଲାଗି ସରକାର ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଥିବା ପ୍ରଧାନମନ୍ତ୍ରୀ କହିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)