• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ । ଭୁବନେଶ୍ୱରରେ ୯୫ ବର୍ଷ ବୟସରେ ପରଲୋକ । ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡ଼ି ହୋତା । ଏହା ସହ ଦୈନିକ ଖବରକାଗଜ 'ସମୟ'ର ମଧ୍ୟ ସଂପାଦକ ଥିଲେ ସାତକଡ଼ି ।

ସାତକଡ଼ି ହୋତାଙ୍କର ଜନ୍ମ ୧୯୩୦ ମସିହାରେ ହୋଇଥିଲା । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଜଣେ ସାହିତ୍ୟିକ ତଥା ସମ୍ପାଦକ ଥିଲେ । ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଓ ଆତ୍ମଜୀବନୀ ଆଦି ବିଭିନ୍ନ କ୍ଷେତ୍ରରେ ସେ ନିଜର ପରାକାଷ୍ଠା ଦେଖାଇଛନ୍ତି । 

ସାତକଡ଼ିଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶିତ ହୋଇସାରିଛି । ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ "ବ୍ୟାକୁଳ ହୃଦୟ" ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା । ତାଙ୍କ ବିୟୋଗରେ ସାହିତ୍ୟ ମହଲରେ ଶୋକର ଛାୟା ଖେଳି ଯାଇଛି । ୧୯୮୫ମସିହାରେ "ଭୁବନେଶ୍ୱର ପୁସ୍ତକ ମେଳା" ଆରମ୍ଭ କରିବାରେ ସେ ଥିଲେ ଅନ୍ୟତମ ଉଦ୍ୟୋକ୍ତା ।

OTV is now on Whatsapp

Join and get latest news update delivered to you via whatsapp

Join Now