ରାଜ୍ୟର ସବୁ ମେଡିକାଲ କଲେଜ ଖୋଲିବାକୁ ସରକାରଙ୍କ ନିଷ୍ପତ୍ତି

ରାଜ୍ୟର ସବୁ ମେଡିକାଲ କଲେଜ ଖୋଲିବାକୁ ସରକାରଙ୍କ ନିଷ୍ପତ୍ତି । ମେଡିକାଲ କଲେଜ ସହ ଅନ୍ୟାନ୍ୟ ଚିକିତ୍ସା ବିଜ୍ଞାନ ଅନୁଷ୍ଠାନ ମଧ୍ୟ ଖୋଲିବ । ଏହାସହ ଖୋଲିବ ନର୍ସିଂ, ଫାର୍ମାସୀ, ଫିଜିଓଥେରାପୀ କଲେଜ । ଏନେଇ ଆଜି ସରକାରଙ୍କ ପକ୍ଷରୁ ନିଷ୍ପତି ନିଆଯାଇଛି ।

Nursing College

News Summary

ରାଜ୍ୟର ସବୁ ମେଡିକାଲ କଲେଜ ଖୋଲିବ ।

ଅନ୍ୟାନ୍ୟ ଚିକିତ୍ସା ବିଜ୍ଞାନ ଅନୁଷ୍ଠାନ ମଧ୍ୟ ଖୋଲିବ ।

ଖୋଲିବ ନର୍ସିଂ, ଫାର୍ମାସୀ, ଫିଜିଓଥେରାପୀ କଲେଜ ।

ଭୁବନେଶ୍ୱର: ରାଜ୍ୟର ସବୁ ମେଡିକାଲ କଲେଜ ଖୋଲିବାକୁ ସରକାରଙ୍କ ନିଷ୍ପତ୍ତି । ମେଡିକାଲ କଲେଜ ସହ ଅନ୍ୟାନ୍ୟ ଚିକିତ୍ସା ବିଜ୍ଞାନ ଅନୁଷ୍ଠାନ ମଧ୍ୟ ଖୋଲିବ । ଏହାସହ ଖୋଲିବ ନର୍ସିଂ, ଫାର୍ମାସୀ, ଫିଜିଓଥେରାପୀ କଲେଜ । ଏନେଇ ଆଜି ସରକାରଙ୍କ ପକ୍ଷରୁ ନିଷ୍ପତି ନିଆଯାଇଛି ।

କୋଭିଡ୍ ଗାଇଡ୍ ଲାଇନ୍ ମଧ୍ୟରେ ଖୋଲିବ ସମସ୍ତ କଲେଜ । DMETଙ୍କୁ ଗାଇଡ୍ ଲାଇନ୍ ଜଣାଇଲେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ACS । ପୂର୍ବ ପରି ଏହି ସମସ୍ତ କଲେଜର ଥିଓରୀ କ୍ଲାସ୍ ଅନ୍‌ଲାଇନ୍ ମାଧ୍ୟମରେ ହେବ । ୫୦ ପ୍ରତିଶତ ପିଲାଙ୍କୁ ନେଇ ପ୍ରାକ୍ଟିକାଲ ଓ କ୍ଲିନିକାଲ କ୍ଲାସ୍ ଆୟୋଜନ ହେବ ।

କଲେଜକୁ ଆସିବା ଲାଗି ଅଭିଭାବକଙ୍କ ଲିଖିତ ଅନୁମତି ବାଧ୍ୟତାମୂଳକ କରାଯାଇଛି । ଟିକା ନେଇଥିବା ଓ ନନେଇଥିବା ଛାତ୍ରଛାତ୍ରୀଙ୍କୁ ଅଲଗା ଗ୍ରୁପ କରାଯିବ । ହଷ୍ଟେଲ ଓ ଲାଇବ୍ରେରୀ ପାଇଁ ସମାନ ନିୟମ ଲାଗୁ ହେବ । କ୍ୟାମ୍ପସରେ ସାମାଜିକ, ଧାର୍ମିକ ବା କ୍ରୀଡା କାର୍ଯ୍ୟକ୍ରମକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ହଲ୍ ଆସିବା ମନା ।