• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଆସନ୍ତାକାଲିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ । ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି ମହାସଂଘ । ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ।

ଆସନ୍ତାକାଲି ଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ । ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ । ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି ମହାସଂଘ ।

ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି । ମହାସଂଘର ଏହି ନିଷ୍ପତ୍ତି ଫଳରେ ଆସନ୍ତାକାଲି ଠାରୁ ଡିପୋରୁ ପେଟ୍ରୋଲ ପମ୍ପକୁ ତେଲ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ହେବା ସହ ଅନ୍ୟ ପରିବହନ ସେବା ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି କରିଛି ।

ସେପଟେ ଡ୍ରାଇଭର ଆନ୍ଦୋଳନ ଯୋଗୁଁ ଗତକାଲି ଅଧିକାଂଶ ପେଟ୍ରୋଲ ପମ୍ପରେ ଷ୍ଟକ୍ ବହୁତ୍ କମିଯାଇଥିଲା । ମାଲକାନଗିରି, ନବରଙ୍ଗପୁର କୋରାପୁଟ ଭଳି ଉପାନ୍ତ ଅଞ୍ଚଳରେ ପେଟ୍ରୋଲ ପମ୍ପରେ ତେଲ ସଙ୍କଟ ଦେଖା ଦେଇଥିଲା । ତେବେ ଗତକାଲି ସନ୍ଧ୍ୟାରେ ଡ୍ରାଇଭର ଆନ୍ଦୋଳନ ପ୍ରତ୍ୟାହାର ପରେ ଡିପୋରୁ ୨୫-୩୦ ପ୍ରତିଶତ ଟ୍ୟାଙ୍କରରେ ତେଲ ଲୋଡିଂ ହୋଇପାରିଛି ।

ରବିବାର ସତ୍ତ୍ୱେ ଆଜି ସକାଳୁ କିଛି ଡିପୋରୁ ଅଳ୍ପ କିଛି ଟ୍ୟାଙ୍କରରେ ତେଲ ଲୋଡ ହୋଇଛି । କିନ୍ତୁ ଆସନ୍ତାକାଲି ଠାରୁ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ପୁଣି ଧର୍ମଘଟ ହେଲେ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ପ୍ରାୟ ପେଟ୍ରୋଲ ପମ୍ପରେ ପୁଣି ତେଲ ଅଭାବ ଦେଖାଦେବ । ତେଣୁ ତେଲ ଯୋଗାଣ ସ୍ଵାଭାବିକ କରିବା ନେଇ ସରକାର ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ଦାବି କରିଛି ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ ।