• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ପୂର୍ବତନ ଡିଜିପି ଶରତ ଚନ୍ଦ୍ର ମିଶ୍ରଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ଭାଇ ବିପିନ ବିହାରି ମିଶ୍ର ସୂଚନା ଦେଇଛନ୍ତି । ଗତ କିଛିଦିନ ହେବ ସେ ଡେଙ୍ଗୁରେ ଆକ୍ରାନ୍ତ ଥିଲେ ।ଡେଙ୍ଗୁ ଚିହ୍ନଟ ହେବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା ।ହେଲେ ଆଜି ତାଙ୍କର ପରଲୋକ ହୋଇଛି ।

୧୯୫୯ ବ୍ୟାଚ୍‌ର ଅବସରପ୍ରାପ୍ତ IPS ଅଫିସର ଥିଲେ ଶରତ ମିଶ୍ର । ଦୀର୍ଘଦିନ ଧରି ସେ RAW ପାଇଁ କାମ କରିଥିଲେ । ଅବସର ପରେ ସାହିତ୍ୟ ଓ ଲେଖାଲେଖିକୁ ଆପଣାଇଥିଲେ । ଖାଲି ସେତିକି ନୁହେଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ । ହେଲେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସକାଳ  ୭ଟା ୨୨ରେ ତାଙ୍କର ପରଲୋକ ହୋଇଛି ।