• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜିଠୁ ବଢିଲା ଓମଫେଡ୍ କ୍ଷୀର ଦର । ଓମଫେଡ କ୍ଷୀର ଲିଟର ଫିଛା ୨ ଟଙ୍କା ବୃଦ୍ଧି ପାଇଛି । ଏହା ଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି । ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ ବଢାଯାଇଛି।

ଓମଫେଡ୍ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ, ଟୋନଡ୍ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ସତ୍ତ୍ୱେ ଦୁଇବର୍ଷ ହେଲା ଦରବୃଦ୍ଧି କରାଯାଇ ନଥିବା ସଂସ୍ଥା ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ, ଓମଫେଡର ଚା ସ୍ପେଶାଲ ଦୋକାନୀଙ୍କ ପାଇଁ ଏକ ନୂଆ ପ୍ରକାର ଦୁଗ୍ଧ ବିକ୍ରି କରୁଛି ଓମଫେଡ୍ । ଏହାର ଦାମ ୫ଶହ ମିଲିଲିଟର ପିଛା ୨୩ ଟଙ୍କା ରଖାଯାଇଥିବା ବେଳେ, ପ୍ରାରମ୍ଭିକ ପର୍ଯାୟରେ ଭୁବନେଶ୍ୱର, କଟକ ଓ ପୁରୀରେ ଉପଲବ୍ଧ ହେବ।