ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଲା

ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଲା । ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଏହି ନିର୍ବାଚନ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହି ନିର୍ବାଚନ ପାଇଁ କୋଅପରେଟିଭ ନିର୍ବାଚନ କମିଶନ ଏକ ମାସ ମଧ୍ୟରେ ନିର୍ବାଚନ ତାରିଖ ଧାର୍ଯ୍ୟ କରିବେ। ସୁନ୍ଦରଗଡ଼ ସମବାୟ ବ୍ୟାଙ୍କ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ବଗଲା ଧର୍ମଶାଳା ବିକ୍ରି ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

News Summary

ସୁନ୍ଦରଗଡ଼ ଜିଲ୍ଲା ସମବାୟ ବ୍ୟାଙ୍କ ନିର୍ବାଚନ ମାମଲାରୁ ଫିଟିଲା ବାଟ

ସୁନ୍ଦରଗଡ଼ ସମବାୟ ବ୍ୟାଙ୍କ ନିର୍ବାଚନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନିର୍ଦ୍ଦିଷ୍ଟ ସମୟରେ ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ( ଗୌତମ ପଣ୍ଡା) : ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଲା । ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଏହି ନିର୍ବାଚନ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହି ନିର୍ବାଚନ ପାଇଁ କୋଅପରେଟିଭ ନିର୍ବାଚନ କମିଶନ ଏକ ମାସ ମଧ୍ୟରେ ନିର୍ବାଚନ ତାରିଖ ଧାର୍ଯ୍ୟ କରିବେ। ସୁନ୍ଦରଗଡ଼ ସମବାୟ ବ୍ୟାଙ୍କ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନେ ଆଉ କୋଅପରେଟିଭ ସୋସାଇଟିର ପ୍ରଶାସକ ରହି ପାରିବେ ନାହିଁ । ରାଜ୍ୟ ସରକାର ନିର୍ବାଚନ ପାଇଁ ସମସ୍ତ ସହାୟତା ଯୋଗାଇ ଦେବାକୁ ମଧ୍ୟ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ ହୋଇଛି ।

ରାଜ୍ୟରେ ୧୭ ଟି କୋଅପରେଟିଭ ବ୍ୟାଙ୍କ ରହିଛି । ସୁନ୍ଦରଗଡ଼ ଜିଲା ସମବାୟ ବ୍ୟାଙ୍କର ପ୍ରଶାସକ ପଦବୀକୁ ନେଇ ହାଇକୋର୍ଟରେ ହୋଇଥିଲା ଚାଲେଞ୍ଜ । ସମବାୟ ସମିତି ଗୁଡିକର ପରିଚାଳନା ଦାୟିତ୍ୱ ଏବେ ପ୍ରଶାସକଙ୍କ ହାତରେ ରହିଛି । ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଦେଢ ବର୍ଷ ହେବ ଶେଷ ହୋଇଥିବା ବେଳେ ସରକାର ସମବାୟ ନିର୍ବାଚନ କରୁନାହାନ୍ତି । ଏହା ସମବାୟ ଆଇନର ଉଲ୍ଲଂଘନ ବୋଲି ଅଭିଯୋଗରେ ଦାୟର ମାମଲାର ଶୁଣାଣି ଶେଷ କରି ହାଇକୋର୍ଟ ଏହି ରାୟ ଦେଇଛନ୍ତି ।

ସୁନ୍ଦରଗଡ଼ ଜିଲ୍ଲା ସମବାୟ ସମିତିର ନର୍ବାଚିତ ପରିଷଦ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ୨୦୨୦, ଏପ୍ରିଲ ୩୦ରୁ ଶେଷ ହେବା ପରେ ଜିଲ୍ଲାପାଳଙ୍କୁ ପ୍ରଶାସକ ଭାବେ ସରକାର ଦାୟିତ୍ୱ ଦେଇଥିଲେ । ଇତି ମଧ୍ୟରେ ଦେଢ ବର୍ଷ ବିତି ଯାଇଥିବା ବେଳେ ରାଜ୍ୟରେ ସମବାୟ ନିର୍ବାଚନ କରାଯାଉ ନାହିଁ । ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷର ଏକ ବର୍ଷ ଭିତରେ ନିର୍ବାଚନ ହେବା କଥା । କିନ୍ତୁ ଏପରି କରାଯାଇ ନାହିଁ ।

ଅନ୍ୟପକ୍ଷରେ ପ୍ରଶାସକ ଏକ ବର୍ଷରୁ ଅଧିକ ସମୟ ସମବାୟ ସମିତି ପରିଚାଳନା ଦାୟିତ୍ୱରେ ରହି ପାରିବେ ନାହିଁ ବୋଲି ନିୟମ ରହିଛି। ନିୟମ ଉଲ୍ଲଂଘନ କରି ଏକ ବର୍ଷ ପରେ ମଧ୍ୟ ପ୍ରଶାସକଙ୍କୁ ସମବାୟ ସମିତି ପରିଚାଳନା ଦାୟିତ୍ୱ ଦିଆଯାଇଛି । ତୁରନ୍ତ ସମବାୟ ନିର୍ବାଚନ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା । ମାମଲାରେ ରାଜ୍ୟ ସମବାୟ ବିଭାଗ, ସମବାୟ ସମିତି ସମୂହ ନିବନ୍ଧକ ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଥିଲା ।