/odishatv-khabar/media/post_attachments/uploadimage/library/16_9/16_9_0/s_1693906415.jpg)
Orissa High Court gets 2 new Judges
ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଆଜି ଶପଥ ଗ୍ରହଣ କରିଛନ୍ତି । ଉଭୟଙ୍କୁ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଶପଥ ପାଠ କରାଇଛନ୍ତି ।
Advertisment
ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି। ୨୦୨୩ ଅଗଷ୍ଟ ୧୭ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବିଶିଷ୍ଟ ଆଇନଜୀବୀ ଶିବଶଙ୍କର ମିଶ୍ର ଓ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ।
ଏହାସହ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଥିଲା। ଉଭୟଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)