Advertisment

SCBକୁ ସ୍ଥାନାନ୍ତର ହେଲେ ପଦ୍ମଶ୍ରୀ କମଳା ପୁଜାରୀ

କମଳା ପୁଜାରୀଙ୍କ କିଡ୍‌ନୀ ଜନିତ ରୋଗ ସମସ୍ୟା ଗୁରୁତର ହେବାରୁ ତାଙ୍କୁ ଜୟପୁରରୁ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ କଟକ SCB ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Padma Shri Kamala Pujari's health critical

Padma Shri Kamala Pujari's health critical

ପଦ୍ମଶ୍ରୀ କମଳା ପୁଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ SCB ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ପ୍ରଥମେ କାଜୁଆଲିଟି ଓ ପରେ ସ୍ୱତନ୍ତ୍ର ICUକୁ ସ୍ଥାନାନ୍ତର କରାଯାଇଛି। ଗତ ୨୧ ତାରିଖରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

Advertisment

କମଳା ପୁଜାରୀଙ୍କ କିଡ୍‌ନୀ ଜନିତ ରୋଗ ସମସ୍ୟା ଗୁରୁତର ହେବାରୁ ତାଙ୍କୁ ଜୟପୁରରୁ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ କଟକ SCB ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଗଠନ କରାଯାଇଛି। 

ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ। କୃଷି କ୍ଷେତ୍ରରେ ଏହି ସଫଳତା ପାଇଁ ତାଙ୍କୁ ୨୦୧୯ରେ ରାଷ୍ଟ୍ରପତିଙ୍କ ହାତରୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏଥିସହ କମଳାଙ୍କୁ ରାଜ୍ୟ ସରକାର ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଭାବେ ନିଯୁକ୍ତ କରିଥିଲେ। ମାର୍ଚ୍ଚ ୨୦୧୮ରୁ ୨୦୧୯ ମେ ଯାଏ କମଳା ଯୋଜନା  ବୋର୍ଡର ସଦସ୍ୟା ଥିଲେ। 

Advertisment
Padma Shri Kamala Pujari Padma Shri Kamala Pujari Health Condition
Advertisment
Advertisment