ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ପଦ୍ମଶ୍ରୀ ସହ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିିତ ହୋଇଥିଲେ। ସାହିତ୍ୟ ଏକାଡେମୀ ଓ ଶାରଳା ସମ୍ମାନରେ ସେ ସମ୍ମାନିତ ହୋଇଥିଲେ। ପାଟଦେଈ, କସ୍ତୁରୀ ମୃଗ ଓ ସବୁଜ ଅରଣ୍ୟ ପୁସ୍ତକ ପାଇଁ ସୁଖ୍ୟାତି ସେ ପାଇଥିଲେ।
ପଦ୍ମଶୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି ରାଜ୍ୟପାଳ ଟୁଇଟ୍ କରିଛନ୍ତି।
ବିଶିଷ୍ଟ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିଛନ୍ତି l ଓଡ଼ିଆ ସାହିତ୍ୟକୁ ସେ ବହୁ ଭାବରେ ସମୃଦ୍ଧ କରିଛନ୍ତି ଏବଂ ତାଙ୍କର ସୃଷ୍ଟି ମାଧ୍ୟମରେ ସେ ଚିର ସ୍ମରଣୀୟ ରହିବେ ବୋଲି କହିବା ସହ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି l
— Governor Odisha (@GovernorOdisha) April 24, 2022
ଓଁ ଶାନ୍ତି 🙏🙏
ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଗଭୀର ଶୋକ ପ୍ରକାଶ କରିବା ସହିତ ଟୁଇଟ୍ରେ ଲେଖିଛନ୍ତି ଯେ, ଓଡ଼ିଆ ସାହିତ୍ୟ ଜଗତକୁ ତାଙ୍କ ଅବଦାନ ଅତୁଳନୀୟ। ଏଥିସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ବୈଜୟନ୍ତ।
ବିଶିଷ୍ଟ ସାହିତ୍ୟିକା, ପ୍ରତିଷ୍ଠିତ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାରରେ ସମ୍ମାନିତ, 'ପାଟଦେଈ' ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ଓଡ଼ିଆ ସାହିତ୍ୟ ଜଗତକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା ।
— Baijayant Panda Odia (@Panda_Odia) April 24, 2022
ଓଁ ଶାନ୍ତି 🙏🙏 pic.twitter.com/PWtuJWLHEE