PadmaShri Shanti Devi
ପଦ୍ମଶ୍ରୀ ଶାନ୍ତି ଦେବୀଙ୍କର ୮୮ ବର୍ଷ ବୟସରେ ପରଲୋକ ଘଟିଛି । ରାୟଗଡ଼ା ଜିଲ୍ଲା ଗୁଣୁପୁର ସ୍ଥିତ ବାସଭବନରେ ବିଳମ୍ବିତ ରାତିରେ ଶାନ୍ତି ଦେବୀଙ୍କର ପରଲୋକ ହୋଇଥିବାର ସୂଚନା ମିଳିଛି । ଭୂଦାନ ଆନ୍ଦୋଳନ ପାଇଁ ବେଶ୍ ପରିଚିତ ଥିଲେ ଶାନ୍ତି ଦେବୀ । ଆଦିବାସୀ ଅଞ୍ଚଳରେ ହଷ୍ଟେଲ ପ୍ରତିଷ୍ଠା କରି ସେବା ଯୋଗାଇ ଆସୁଥିଲେ । ସେ ପଦ୍ମଶ୍ରୀ ପୁରସ୍କାର ସହ ଯମୁନାଲାଲ ବଜାଜ୍ ପୁରସ୍କାର ମଧ୍ୟ ପାଇଛନ୍ତି ।
ଶାନ୍ତି ଦେବୀ ଗତକାଲି ବିଳମ୍ବିତ ରାତିରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ସେ ଚେତାଶୂନ୍ୟ ହୋଇପଡିଥିଲେ । ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ୧୯୩୮ ମସିହାରେ ବାଲେଶ୍ୱର ଜିଲ୍ଲାରେ ଶାନ୍ତି ଦେବୀ ଜନ୍ମଗ୍ରହଣ କରିଥିଲେ । ୧୭ ବର୍ଷ ବୟସରୁ ଆଚାର୍ଯ୍ୟ ବିନୋବା ଭାବେଙ୍କ ପ୍ରେରଣାରେ ସମାଜସେବୀ ଓ ଭୂଦାନ ଆନ୍ଦୋଳନରେ ଯୋଗଦେଇଥିଲେ ।
୧୯୪୧ ମସିହାରେ ସେ ଗୁଣୁପୁର ଅଞ୍ଚଳକୁ ଆସି ଏଠାରେ ସମାଜସେବା ଓ ଭୂଦାନ ଆନ୍ଦୋଳନ ଜାରି ରଖିଥିଲେ । ଗତ ୨୦୨୧ ନଭେମ୍ବର ୯ ତାରିଖରେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ୍ମଶ୍ରୀ ଉପାଧୀରେ ଭୂଷିତ କରିଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642391799.jpg)