Advertisment

ଓଡ଼ିଶାରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ, ମଧ୍ୟରାତ୍ରରୁ ଲାଗୁ ହେଲା ନୂଆ ଦର

ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍‌ ହ୍ରାସ କରାଯାଇଛି।

ଅଦ୍ୟତନ ହୋଇଛି
Petrol Diesel Prices

Petrol Diesel Prices

Advertisment

ଭୁବନେଶ୍ୱର: ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ଆଜି ମଧ୍ୟରାତ୍ରରୁ ଏହି ନୂଆ ଦର ଲାଗୁ ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍‌ ହ୍ରାସ କରାଯାଇଛି। ଭାଟ୍‌ ହ୍ରାସ ପରେ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିଛି।

Advertisment

ବର୍ତ୍ତମାନ ପେଟ୍ରୋଲରୁ ୨୮% ଓ ଡିଜେଲରୁ ୨୪% ଭାଟ୍ ନେବେ ରାଜ୍ୟ ସରକାର। ପୂର୍ବରୁ ପେଟ୍ରୋଲରେ ୩୨% ଓ ଡିଜେଲରେ ୨୮% ଭାଟ୍‌ ଲାଗୁଥିଲା। ସଂଶୋଧିତ ଭାଟ୍ ଅନୁଯାୟୀ, ପେଟ୍ରୋଲ ଲିଟର ପିଛା ୩ ଟଙ୍କା ୪ ପଇସା ଏବଂ ଡିଜେଲ ଲିଟର ପିଛା ୨ ଟଙ୍କା ୮୬ ପଇସା କମିଛି। 

ଏହି ଆଧାରରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୮୦ ପଇସା ଏବଂ ଡିଜେଲ ଲିଟର ପିଛା ୯୧ ଟଙ୍କା ୬୩ ପଇସାରେ ପହଞ୍ଚିଛି। ସେହିପରି ମାଲକାନଗିରିରେ ପେଟ୍ରୋଲ ଲିଟର ପିଛା ୧୦୭ ଟଙ୍କା ୫୫ ପଇସା ଓ ଡିଜେଲ୍ ୯୭ ଟଙ୍କା ୧୭ ପଇସାରେ ପହଞ୍ଚିଛି। 

Advertisment

ସୂଚନାଥାଉ କି, ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ। ଏହାପରେ ଗୋଟିଏ ପରେ ଗୋଟିଏ ରାଜ୍ୟ ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ ନେଇ ଘୋଷଣା କରିଥିଲେ। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଭାଟ୍‌ ହ୍ରାସ କରିବା ଫଳରେ ପେଟ୍ରୋଲ ଓ ଡିଜେଲ ଦର କମିଛି। 

Advertisment
Petrol Price Diesel Price Petrol Diesel Prices Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ