Advertisment

ଇଭିଏମ୍‌ରେ ସିଲ୍‌ ହୋଇଛି ପିପିଲି ପ୍ରାର୍ଥୀଙ୍କ ଭାଗ୍ୟ, ୩ରେ ଜଣାପଡ଼ିବ ପିପିଲିର ବାଜିଗର କିଏ?

ଇଭିଏମରେ ସିଲ୍ ପିପିଲି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ମନ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି ପିପିଲି ବାସୀ। ଇଭିଏମ ଗୁଡିକ ବର୍ତ୍ତମାନ ପେଣ୍ଠକଟା ୱେର ହାଉସ୍ ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି

undefined

Election

Advertisment

ପିପିଲି: ଇଭିଏମରେ ସିଲ୍ ପିପିଲି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ମନ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେଇଛନ୍ତି ପିପିଲି ବାସୀ। ଇଭିଏମ ଗୁଡିକ ବର୍ତ୍ତମାନ ପେଣ୍ଠକଟା ୱେର ହାଉସ୍ ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଇନର କର୍ଡନ ଦାୟିତ୍ୱ ବିଏସଏଫ୍ ଯବାନଙ୍କୁ ଦିଆଯାଇଥିବା ବେଳେ ବ୍ୟାପକ ସୁରକ୍ଷାକର୍ମୀ, ଦୁଇ ଜଣ ଇନ୍ସପେର ଏବଂ ୩ ଜଣ ଏସଆଇଙ୍କୁ ମୁତୟନ କରାଯାଇଛି। ଆଜି ଜିଲ୍ଲା ନିର୍ବାଚନ ଅଧିକାରୀ, ଜିଲ୍ଲାପାଳ ଏବଂ ଅବଜରଭରଙ୍କ ଉପସ୍ଥିତିରେ ଭୋଟ୍ ଯାଂଚ୍ କରାଯିବ। ଏହାପରେ ସବିଶେଷ ରିପୋର୍ଟ ଭାରତୀୟ ନିର୍ବାଚନ କମିସନଙ୍କ ଅଫିସକୁ ପଠାଯିବ।

Advertisment

ଗତକାଲି ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଥିଲା ପିପିଲି ଉପନିର୍ବାଚନ। ୭୮.୨୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଭୋଟିଂ ପରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ ନିଜ ନିଜର ବିଜୟ ନେଇ ବେଶ୍ ଆଶାବାଦୀ ଅଛନ୍ତି। ଆସନ୍ତା ୩ ତାରିଖରେ ଭୋଟ୍ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପ୍ରଥମେ ଏବଂ କରୋନାର ଦ୍ୱିତୀୟ ଲହର ଯୋଗୁଁ ଦ୍ୱିତୀୟ ଥର ଲାଗି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା।

Advertisment

ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୨୯ ହଜାର ୯୯୮ ଭୋଟର ରହିଛନ୍ତି । ମୋଟ ୩୪୮ ବୁଥ୍ ମଧ୍ୟରୁ ୨୦୧ଟି ସମ୍ବେଦଶୀଳ ରହିଥିଲା । ୧୭୫ଟି ବୁଥରେ ୱେବକାଷ୍ଟିଂ ଓ ୧୨ଟିରେ ଭିଡିଓଗ୍ରାଫି ବ୍ୟବସ୍ଥା ହୋଇଥିଲା । ୨୩ଟି ବୁଥରେ ମାଇକ୍ରୋ ଅବଜରଭର୍ ମୁତୟନ ରହିଥିଲେ । ସମସ୍ତ ବୁଥରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୨ ପ୍ଲାଟୁନ୍ ଆର୍ମଡ ପୋଲିସ ଫୋର୍ସ ଓ ୩ କମ୍ପାନି ବିଏସ୍ଏଫକୁ ଶୃଙ୍ଖଳା ରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଥିଲା । ପିପିଲି ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୨୩ ଠାରୁ ପୋଷ୍ଟାଲ ବାଲାଟ ମତଦାନ ଆରମ୍ଭ ହୋଇଥିଲା । ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ, କୋଭିଡ ଆକ୍ରାନ୍ତ ମାନଙ୍କ ପାଇଁ ପୋଷ୍ଟାଲ ବାଲାଟରେ ବ୍ୟବସ୍ଥା ହୋଇଥିଲା । ତେବେ ଏଥିପାଇଁ ‘୭ଟି ପୋଲିଂ ପାର୍ଟି କରାଯାଇଥିଲା । ସେମାନଙ୍କ ମଧ୍ୟରେ ମାଇକ୍ରୋ ଅବଜରଭର, ସୁରକ୍ଷା କର୍ମୀ, ପୋଲିଂ ଅଫିସର, ଭିଡିଓଗ୍ରାଫି ଟିମ୍‌ ରହିଥିଲେ ।

Pipili By-Poll Pipili Pipili By-Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ