/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701053568.jpg)
President in Paradeep
ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି । ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନା ହେଲିକପ୍ଟର ମକଡ୍ରିଲ୍ କରିବା ସହ କାରକେଡ୍ ରିହର୍ସାଲ ହୋଇଛି ।
Advertisment
ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଏସପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ୍ ଅଫିସର, ୧୩ ଜଣ ଡିଏସପି ଏବଂ ୩୦ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି । କୋଷ୍ଟଗାର୍ଡ ପକ୍ଷରୁ ପାଟ୍ରୋଲିଂ ମଧ୍ୟ କରାଯାଇଛି।
ସକାଳ ୧୦ଟାରେ ବୋଇତ ବନ୍ଦାଣ ଉତ୍ସବ ଆରମ୍ଭ ହେବ । ଏହାପରେ ସାଧବ ପୁଅଙ୍କୁ ବୋଇତରେ ମେଲାଣି ଦେଇ କୋଷ୍ଟଗାର୍ଡ ଜାହାଜ 'ଅମୋଘ'ରେ ରାଷ୍ଟ୍ରପତି ପୋତାଶ୍ରୟ ବୁଲିବା କାର୍ଯ୍ୟକ୍ରମ ରହିଛି । ଗତକାଲି ସନ୍ଧ୍ୟାରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ପହଁଚିଥିଲେ ରାଷ୍ଟ୍ରପତି । ଏହାପରେ ସେ ରାଜଭବନ ରାତ୍ରୀଯାପନ କରିଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)