President Draupadi Murmu To Visit Odisha On November 10
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସୂଚନା ଅନୁସାରେ, ରାଷ୍ଟ୍ରପତି ୧୦ ତାରିଖ ଦିନ ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ। ଦିନ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।
ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ପ୍ରବେଶ ପୂର୍ବରୁ ଶ୍ରଦ୍ଧାଳୁଙ୍କ ପ୍ରବେଶ ବାରଣ କରାଯିବ। ସକାଳ ୧୦ଟା ୩୦ରୁ ଶ୍ରୀମନ୍ଦିର ମଧ୍ୟକୁ ଶ୍ରଦ୍ଧାଳୁଙ୍କୁ ଛଡ଼ାଯିବ ନାହିଁ। ମନ୍ଦିର ଦର୍ଶନ କାଳରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଗର୍ଭଗୃହ ଦର୍ଶନ କରିବେ ଓ ଆନନ୍ଦ ବଜାରରେ ବସି ମହାପ୍ରସାଦ ସେବନ କରିବେ।
ଏଥିସହ ସିଂହଦ୍ୱାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସୂଚନା ଦେଇଛନ୍ତି।
ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଗସ୍ତ ବେଳେ ପ୍ରୋଟୋକଲ୍ ଆଧାରରେ ବ୍ୟବସ୍ଥାରେ ଯେଭଳି ତ୍ରୁଟି ହେବ ନାହିଁ, ସେନେଇ ଗତକାଲି ପାଳିଆ ସେବକ ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ହୋଇଥିବା ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1667625183.jpg)