Advertisment

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ର ବାର୍ଷିକ ଉତ୍ସବ ଏବଂ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି।

ଅଦ୍ୟତନ ହୋଇଛି
President Droupadi Murmu Odisha's Cuttack Visit

President Droupadi Murmu 3 Days Odisha Visit From Today

Advertisment

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଆସନ୍ତାକାଲି କଟକରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। କାଲି କଟକରେ ଆଇନ୍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି।

Advertisment

ଏଥିସହ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ର ବାର୍ଷିକ ଉତ୍ସବ ଏବଂ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ଏଥିପାଇଁ ସଜେଇ ହୋଇଛି କଟକ ସହର।

କଟକରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବା ସହ ରାଷ୍ଟ୍ରପତି କଟକ ଚଣ୍ଡୀ ମନ୍ଦିରରେ ମା’ଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ପରେ ମଧୁବାବୁଙ୍କ ଘର, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ, ନେତାଜୀ ସଂଗ୍ରହାଳୟ ଆଦି ପରିଦର୍ଶନ କରିବେ। ସେହିପରି ୨୭ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ।

Advertisment
Draupadi Murmu President Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ