/odishatv-khabar/media/post_attachments/uploadimage/library/16_9/16_9_0/s_1700966595.jpg)
President Droupadi Murmu Odisha Visit Again
ଆଜି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ।
Advertisment
ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡ୍ରେ ସେନା ହେଲିକପ୍ଟର ମକ୍ଡ୍ରିଲ୍ କରିଛି । କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।
ଆଜି ପୁଣି ଥରେ ସ୍ପଟ୍ ରିହର୍ସଲ କରିବ ପୋଲିସ । ହେଲିପ୍ୟାଡ୍ରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ମୁତୟନ ରହିବେ ପୋଲିସ ଫୋର୍ସ । ଏସ୍ପିଙ୍କ ସମେତ ୫ କମାଣ୍ଡାଣ୍ଟ ରାଙ୍କ୍ ଅଫିସର, ୧୩ ଡିଏସ୍ପି ଏବଂ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)