President Droupadi Murmu’s Odisha Visit
୩ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। କଟକରେ ରାଷ୍ଟ୍ରପତିଙ୍କ ଦିନ ତମାମ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ପ୍ରଥମେ ମା’ କଟକ ଚଣ୍ଡୀଙ୍କ ଦର୍ଶନ କରି ସେଠାରୁ ଶୈଳବାଳା ମହାବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାଷ୍ଟ୍ରପତି।
ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିବା କାର୍ଯ୍ୟକ୍ରମ ରହିଛି। ୧୦ଟା ୪୫ରେ କଟକ ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ।
ଅଧିକ ପଢ଼ନ୍ତୁ: ଗୁରୁଦାୟିତ୍ୱକୁ ପୂରିଲା ବର୍ଷେ ! ପଢ଼ନ୍ତୁ ମାଡାମ୍ ଦ୍ରୌପଦୀଙ୍କର କ’ଣ ରହିଛି ଉପଲବ୍ଧି
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟଙ୍କ ରେଜିଷ୍ଟାର ଜେନେରାଲଙ୍କ ଅନୁରୋଧ କ୍ରମେ କଟକ ସ୍ଥିତ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ରାଜସ୍ୱ ବିଭାଗ କମିଶନର ଘୋଷଣା କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1690346016.jpg)