• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

 ଶ୍ରୀମନ୍ଦିରରେ ରାଷ୍ଟ୍ରପତି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ରାଜଭବନରୁ କଡ଼ା ସୁରକ୍ଷା ମଧ୍ୟରେ ଆସି ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  । ରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଶ୍ରୀଜିଉ ଦର୍ଶନ ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି । ସେହିଭଳି ଆସନ୍ତାକାଲି ସକାଳ ୧୦ଟା ୩୫ରେ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ । ସୁରକ୍ଷା ଦୃଷ୍ଟିରୁ ୪୦ ପ୍ଲାଟୁନ୍ ଫୋର୍ସ ଓ ୨ ଶହ ଅଧିକାରୀ ନିୟୋଜିତ ହୋଇଛନ୍ତି ।