Advertisment

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚିଲେ ।

ଅଦ୍ୟତନ ହୋଇଛି
president

president

Advertisment

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ପ୍ରଥମେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରେ ପହଞ୍ଚିଥିଲେ। ଏହାପରେ ଭୁବନେଶ୍ୱରରୁ ବାୟୁସେନା ହେଲିକପ୍ଟର ଯୋଗେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ।

Advertisment

ସୂଚନା ଅନୁସାରେ ଅପରାହ୍ନ ୫ଟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ୫ଟା ୪୫ ମିନିଟ୍‌ରେ ବାହାରିବେ। ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି।

ସେହିପରି ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ସକାଳ ୧୦ଟା ୩୫ ମିନିଟ୍‌ରେ ରାଷ୍ଟ୍ରପତି ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଥାଉ କି, ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଗତକାଲି ପୁରୀରେ କାରକେଡ୍‌ ରିହର୍ସାଲ ହୋଇଥିଲା।

Advertisment
President Ramnath Kovind
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ